Posted inଖେଳ

ହରେନ୍ଦ୍ର ଆମେରିକା ହକି ଦଳର କୋଚ୍‌ ନିଯୁକ୍ତ

କଲରାଡୋ ସ୍ପ୍ରିଙ୍ଗ୍ସ (ୟୁଏସ୍‌ଏ), ୯ା୪ (ପି.ଟି.)-ଭାରତର ପୂର୍ବତନ ହକି କୋଚ୍‌ ହରେନ୍ଦ୍ର ସିଂ ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ) ପୁରୁଷ ହକି ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ୨୦୧୨ରେ ଦ୍ରୋଣାଚାର୍ଯ୍ୟ ପୁରସ୍କାର ବିଜେତା ହରେନ୍ଦ୍ର ୨୦୧୭ରୁ ୨୦୧୮ ପର୍ଯ୍ୟନ୍ତ ଭାରତ ସିନିୟର ପୁରୁଷ ହକି ଦଳର କୋଚ୍‌ ଥିଲେ। ଏହା ପୂର୍ବରୁ ସେ କିଛି ସମୟ ଭାରତୀୟ ମହିଳା ଦଳର ଦାୟିତ୍ୱରେ ଥିଲେ। ଆମେରିକା ହକି ଦଳର କୋଚ୍‌ ଭାବେ ୫୫ବର୍ଷୀୟ ହରେନ୍ଦ୍ରଙ୍କ କାର୍ଯ୍ୟକାଳ ସ୍ପଷ୍ଟ କରାଯାଇ ନାହିଁ। ତେବେ ସେ ତାଙ୍କ କାର୍ଯ୍ୟକାଳ ସମୟରେ ପରିବାର ସହ ଆମେରିକାରେ ରହିବେ। ହରେନ୍ଦ୍ରଙ୍କ ତତ୍ତ୍ୱାବଧାନରେ ଭାରତୀୟ ପୁରୁଷ ହକି ଦଳ ୨୦୧୮ରେ ଓମାନର ମସ୍କଟ୍‌ଠାରେ ଅନୁଷ୍ଠିତ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ସ୍ବର୍ଣ୍ଣ ପଦକ ଜିତିଥିଲା। ଭୁବନେଶ୍ୱରରେ ୨୦୧୮ରେ ଅନୁଷ୍ଠିତ ପୁରୁଷ ବିଶ୍ୱକପ୍‌ରେ ଭାରତ ୫ମ ସ୍ଥାନ ଅଧିକାର କରିଥିଲା। ପୁରୁଷ ଦଳ ଆହୁରି ମଧ୍ୟ ୨୦୧୮ ଚାମ୍ପିୟନ୍ସ ଟ୍ରଫିରେ ଏକ ରୌପ୍ୟ ଓ ୨୦୧୮ ଏସିଆନ ଗେମ୍ସରେ ଏକ ବ୍ରୋଞ୍ଜ ଜିତିଥିଲା। ହରେନ୍ଦ୍ରଙ୍କ ତତ୍ତ୍ୱାବଧାନରେ ଭାରତୀୟ ମହିଳା ଦଳ ୨୦୧୭ ଏସିଆ କପ୍‌ରେ ଏକ ସ୍ବର୍ଣ୍ଣ ଜିତିଥିଲା। ସେ ଜାତୀୟ ଜୁନିୟର ହକି ଦଳର କୋଚ ଭାବେ ମଧ୍ୟ କାର୍ଯ୍ୟକରିଛନ୍ତି। ୨୦୧୬ରେ ସେ ଭାରତକୁ ପୁରୁଷ ଜୁନିୟର ବିଶ୍ୱକପ୍‌ ଜିତାଇଛନ୍ତି। ଜାତୀୟ ଜୁନିୟର ଓ ସିନିୟର ଦଳଗୁଡ଼ିକୁ ମୋଟ ୩୫୦ରୁ ଅଧିକ ମ୍ୟାଚ ପାଇଁ କୋଚିଂ ଦେଇଛନ୍ତି। ଅନ୍ତର୍ଜାତୀୟସ୍ତରରେ ବିଭିନ୍ନ ଟୁର୍ନାମେଣ୍ଟରେ ସେ ୮ ସ୍ବର୍ଣ୍ଣ, ୫ ରୌପ୍ୟ ଓ ୯ ବ୍ରୋଞ୍ଜ ଜିତାଇଛନ୍ତି। ହରେନ୍ଦ୍ର କହିଛନ୍ତି, ଅନ୍ତର୍ଜାତୀୟ ହକିରେ ଆମେରିକା ସ୍ଥିତି ସୁଧାରିବା ତାଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri