ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ବୁଧବାର ଅନୁଷ୍ଠିତ ହୋଇଛି। ଏନେଇ ବାଉଁଶଲୁଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ ଭଞ୍ଜନଗର ମ୍ୟୁନିସିପାଲିଟି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିପ୍ସା ପଟ୍ଟନାୟକ ଓ ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା ପ୍ରମୁଖ ଅତିଥି ଯୋଗଦେଇଥିଲେ। ଉଦ୍‌ଘାଟନୀ ସଭାକୁ ଶୁଳପାଣି ଶତପଥୀ ସଂଯୋଜନା କରିଥିବା ବେଳେ ଉଦ୍‌ଯାପନୀ ସଭାକୁ ସାମାଜିକ କର୍ମୀ ମୁରଲୀଧର ପଣ୍ଡା ସଂଯୋଜନା କରିଥିଲେ। ଶୋଭାଯାତ୍ରା ବାଉଁଶଲୁଣ୍ଡିରୁ ବାହାରି ମୁଖ୍ୟ ସଡ଼କ ହୋଇ ଉପଜିଲାପାଳ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲା। ସେଠାରୁ ପୁଣି ଶୋଭାଯାତ୍ରା ବାହାରି ଭେଜିପୁଟ ହୋଇ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଠାରେ ପହଞ୍ଚିଥିଲା।

ସେହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ ଆଜି ‘ହର ଘର ତ୍ରିରଙ୍ଗା’ ସହ ଜାତୀୟ ଯୁବ ଦିବସ ପାଳିତ ହୋଇଥିଲା। କଲେଜ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତ୍ରିରଙ୍ଗାର ମହତ୍ତ୍ୱ ଓ ଜାତୀୟ ଯୁବ ଦିବସର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।
କଲେଜର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) କୋ-ୟୁନିଟ-୧, ମହିଳା ଶାଖା, ଯୁବ ରେଡକ୍ରସ ଏବଂ ଏନ୍‌ସିସି ନାଭାଲ ଓ ଆର୍ମି ଓ୍ବିଙ୍ଗ୍‌ର ମିଳିତ ସହଯୋଗରେ କାର୍ଯ୍ୟକ୍ରମଟି ଆୟୋଜିତ ହୋଇଥିଲା। ଏଥିରେ ପ୍ରଶାସନିକ ଅଧିକାରୀ କୁମୁଦ ଚନ୍ଦ୍ର ମହାପାତ୍ର, ବଟନି ବିଭାଗ ମୁଖ୍ୟ ଅଧ୍ୟାପିକା ସୁନିତାରାଣୀ ଖଣ୍ଡୁଆଳ, ଏନ୍‌ଏସ୍‌ଏସ୍‌ କୋ-ୟୁନିଟ ଅଧିକାରୀ, ମହିଳା ଶାଖା ଅଧିକାରିଣୀ ସସ୍ମିତା କୁମାରୀ ଦାସ, ଏନ୍‌ସିସି ନାଭାଲ ସିଟିଓ ବିଦେଶୀ ରାଉତ, ଆର୍ମି ଓ୍ବିଙ୍ଗ୍‌ ସିଟିଓ ଅର୍ପଣ ପ୍ରଧାନ, ବରିଷ୍ଠ ଅଧ୍ୟାପକ ଆର୍‌ ହରିଶ, ଇତିହାସ ବିଭାଗର ଅଧ୍ୟାପିକା ସୁନିଆ ବିଷୋୟୀ, ଦର୍ଶନଶାସ୍ତ୍ର ବିଭାଗର ଅଧ୍ୟାପକ ଅଚ୍ୟୁତ ଭୂୟାଁ
ଓ ଯୁବ ରେଡକ୍ରସ ଅଧିକାରୀ ଡ. ସୀମାଞ୍ଚଳ ବେହେରା, କର୍ମଚାରୀ ବିନାୟକ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ। ଏହି ଅବସରରେ ଅନେକ ଅଧ୍ୟାପିକା-ଅଧ୍ୟାପକ- ଓ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।
‘ହର ଘର ତ୍ରିରଙ୍ଗା’ ମାଧ୍ୟମରେ ପ୍ରତ୍ୟେକ ଘରେ ଜାତୀୟ ପତାକା ଉତ୍ତୋଳନ ସହ ଦେଶର ଏକତା, ଅଖଣ୍ଡତା ଓ ଦେଶପ୍ରେମର ବାର୍ତ୍ତା ପହଞ୍ଚାଇବାକୁ ଆହ୍ବାନ ଦିଆଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri