ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି

ଭୁବନେଶ୍ୱର,୩ା୧: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍‌ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରିବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧର ଶରଣ ସିଂହ।

ରାଜଭବନରେ ଆୟୋଜିତ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂ ଦେଓ,ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବାଚସ୍ପତି ସୁରମା ପାଢ଼ୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ଡିସେମ୍ବର ୨୪ରେ ଓଡ଼ିଶାର ରାଜ୍ୟପାଳ ଭାବରେ ହରିବାବୁ କମ୍ଭମ୍‌ପତିଙ୍କୁ ନିଯୁକ୍ତି ମିଳିଥିଲା। ଗତକାଲି ଭୁବନେଶ୍ୱରରେ ପହଞ୍ଚି ହରିବାବୁ ଓ ତାଙ୍କ ପରିବାର ପୁରୀ ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ।

ସେ ୨୦୧୪ ଲୋକ ସଭା ନିର୍ବାଚନରେ ଆନ୍ଧ୍ର ପ୍ରଦେଶର ବିଶାଖାପଟନମ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ । ଭାରତୀୟ ଜନତା ପାର୍ଟିରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ହରି ବାବୁ । ସେ ଆନ୍ଧ୍ର ପ୍ରଦେଶ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମଧ୍ୟ ଥିଲେ । ହରିବାବୁଙ୍କୁ ୨୦୨୧ ଜୁଲାଇ ୬ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି ।

୧୯୯୧ରୁ ୧୯୯୩ ପର୍ଯ୍ୟନ୍ତ ହରି ବାବୁ ଭାରତୀୟ ଜନତା ପାର୍ଟିର ଆନ୍ଧ୍ର ପ୍ରଦେଶ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟ ଥିଲେ। ପୁଣି ୧୯୯୩ରୁ ୨୦୦୩ ମଧ୍ୟରେ ଆନ୍ଧ୍ରପ୍ରଦେଶର ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ। ୧୯୯୯ରେ ହରି ବାବୁ ବିଶାଖାପାଟନମ୍ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ୨୦୦୩ରେ ଆନ୍ଧ୍ରପ୍ରଦେଶ ଭାଜପାର ବିଧାନସଭାର ନେତା ଭାବେ ଦଳ ଦାୟିତ୍ଵ ଦେଇଥିଲା । ୨୦୧୪ ମାର୍ଚ୍ଚରେ ସେ ଭାଜପାର ରାଜ୍ୟ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ ।

ସୂଚନାଯୋଗ୍ୟ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଅପ୍ରତ୍ୟାଶିତ ଭାବେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କୁ ଅନ୍ୟ କୌଣସି ରାଜ୍ୟରେ ମଧ୍ୟ ନିଯୁକ୍ତି ମିଳିନାହିଁ । ଓଡ଼ିଶାର ରାଜ୍ୟପାଳ ଥିବା ସମୟରେ ତାଙ୍କ ପୁଅ ପୁରୀ ରାଜଭବନରେ ଜଣେ ଓଡ଼ିଆ ଏଏସ୍‌ଓ ଅଧିକାରୀଙ୍କୁ ନିର୍ମମ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏହାକୁ ନେଇ ଓଡ଼ିଶାର ନୂଆ ଭାଜପା ସରକାରଙ୍କୁ କାଠଗଡ଼ାକୁ ଟାଣିଥିଲେ ବିରୋଧୀ ବିଜେଡି ଏବଂ କଂଗ୍ରେସ । ଏପରିକି ରାଜ୍ୟପାଳଙ୍କ ଇସ୍ତଫା ଦାବି କରି ବିଧାନସଭାରେ ଅନେକ ଥର ହୋହଲ୍ଲା କରିଥିଲେ ବିରୋଧୀ ।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri