ଭକ୍ତିମୟ ପରିବେଶରେ ହରିହରାନନ୍ଦ ଅରଣ୍ୟା, ସତ୍‌ସଙ୍ଗରେ ସାମିଲ ହେଲେ ହଜାର ହଜାର ସାଧୁସନ୍ଥ

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ତୁଳସୀପୁର ଗ୍ରାମରେ ରବିବାର ପ୍ରଜ୍ଞାନ ମିଶନ ତରଫରୁ ୭ ଏକରରୁ ଊଦ୍ଧର୍‌ବ ପରିମିତ ଜମିରେ ହରିହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଜ୍ଞାନ ମିଶନର ମୁଖ୍ୟ ପରମହଂସ ପ୍ରଜ୍ଞାନାନନ୍ଦ ମହାରାଜଙ୍କ ଉପସ୍ଥିତିରେ ଆଶ୍ରମ ପ୍ରତିଷ୍ଠା ହୋଇଛି। ସନ୍ଧ୍ୟାରେ ପ୍ରଜ୍ଞାନାନନ୍ଦ ଦିବ୍ୟ ସତସଙ୍ଗ ରହିଛି। ପାଟଣା ମୁଖ୍ୟାଳୟ ଶିବନାରାୟଣପୁର ବାସିନ୍ଦା ବିବେକାନନ୍ଦ ଦାଶ ଓ ସ୍ତ୍ରୀ ସପ୍ନାରାଣୀ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଶ୍ରମ ପ୍ରତିଷ୍ଠା ହୋଇଛି। ଏଥିପାଇଁ ଭକ୍ତିମୟ ପରିବେଶରେ ପଣ୍ଡିତ ଆଲଖ୍ୟ ଚନ୍ଦ୍ର ତ୍ରିପାଠୀ, ସୁଶାନ୍ତ ଶେଖର ଦାଶ, ନିରଞ୍ଜନ କର ଯଜ୍ଞ ଅନୁଷ୍ଠାନ କରି ଆଶ୍ରମ ପ୍ରତିଷ୍ଠା କରିଥିବା ବେଳେ କର୍ତ୍ତା ଭାବେ ସୁବ୍ରତ କୁମାର ଦାଶ ସହଧର୍ମିଣୀ ମୋନାଲିସା ଦାଶ ଦେବ ନୀତି ସମ୍ପାଦନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୁରୀ କାଳୀ ଘାଇ ହରିହରାନନ୍ଦ ଗୁରୁକୁଳ ଆଶ୍ରମର ସାଧୁ ସନ୍ଥଙ୍କ ସହ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସାଧୁ ସନ୍ଥ ଓ ଭକ୍ତ ଯୋଗ ଦେଇଥିଲେ। ସନ୍ଧ୍ୟାରେ କେନ୍ଦୁଝର ନିତ୍ୟାନନ୍ଦ ବ୍ରହ୍ମାନନ୍ଦ ସ୍ବାମୀଙ୍କ ଦ୍ୱାରା ଭଜନ ପରିବେଷଣ ହୋଇଥିଲା। ହଜାର ହଜାର ଶ୍ରଦ୍ଧାଳୁ ସତ୍‌ସଙ୍ଗ ଓ ଭଜନ ଶ୍ରବଣ କରିଥିଲେ। ସୋମବାର ସକାଳ ୭ଟାରେ କ୍ରିୟା ଯୋଗ ଦୀକ୍ଷା ଗ୍ରହଣ ବ୍ୟବସ୍ଥା ରହିଛି। ଶ୍ରଦ୍ଧାଳୁ ଓ ଆଧ୍ୟାତ୍ମିକବାଦୀ ବିପୁଳ ସଂଖ୍ୟାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri