ହରିପୁର ବଜାର ରାସ୍ତା ଶୋଚନୀୟ

ରସୁଲପୁର,୧୭ା୭(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ପଞ୍ଚାୟତର ହରିପୁର ବଜାର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପୂର୍ତ୍ତ ବିଭାଗ ଅଧୀନ ୨୦ ନମ୍ବର ଜାତୀୟ ରାଜପଥର ଏହି ବଜାର ନିକଟରେ ଏକାଧିକ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏବେ ଲଘୁଚାପଜନିତ ବର୍ଷା ଯୋଗୁ ଖାଲଗୁଡ଼ିକରେ ପାଣି ଭର୍ତ୍ତି ହୋଇ ରହିଛି। ଫଳରେ ଖାଲଗୁଡ଼ିକୁ ଠଉରାଇ ନ ପାରିବାରୁ ଯାତ୍ରୀ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କ ଧନଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ତେଣୁ ତୁରନ୍ତ ରାସ୍ତା ମରାମତି କରିବାକୁ ବଜାର ଅଞ୍ଚଳର ବ୍ୟବସାୟୀ ଓ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି।
କୁଆଖିଆ-ବରୀକୁ ସଂଯୋଗ କରୁଥିବା ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ଥିଲା। ଲକ୍ଷ୍ୟସ୍ଥଳରେ ପରିବର୍ତ୍ତନ ଘଟି ରାସ୍ତାଟି କୁଆଖିଆରୁ ଧାମରା ବନ୍ଦରକୁ ସଂଯୋଗ କରୁଥିବାରୁ ଏବେ ପୂର୍ତ୍ତ ବିଭାଗ ଅଧୀନରୁ ରାଜପଥ ଉଇଙ୍ଗ ଅଧୀନକୁ ଆସିଛି। ଏହିକ୍ରମରେ ରାସ୍ତାକୁ ୨୦ନମ୍ବର ରାଜପଥ ନାମରେ ନାମିତ କରାଯାଇଛି। ଏହି ରାସ୍ତାର ସଂପ୍ରସାରଣ ଓ ମରାମତି କାର୍ଯ୍ୟ ପାଇଁ ଜମି ଅଧିଗ୍ରହଣ କରାଯାଇଛି। ରାସ୍ତାପାର୍ଶ୍ୱରେ ଥିବା ଗଛଗୁଡ଼ିକୁ କାଟି ସଫା କରି ଦିଆଯାଇଛି। ହେଲେ ଏଯାଏ ରାସ୍ତା ସମ୍ପ୍ରସାରଣ ଓ ମରାମତି କାର୍ଯ୍ୟ ଆରମ୍ଭ ହୋଇନାହିଁ। ଯାଜପୁର ଜିଲା ସଦର ମହକୁମାକୁ ସଂଯୋଗ କରୁଥିବା ଏହି ରାସ୍ତାଟି ଅତ୍ୟନ୍ତ ବ୍ୟସ୍ତବହୁଳ। ଏହି ରାସ୍ତାଦେଇ ଦୈନିକ ବହୁ ବଡ଼ ବଡ଼ ଯାନବାହନ ଯାତାୟାତ କରୁଛି। ରାସ୍ତାରେ ଭାରିଯାନ ଅଧିକ ଯାତାୟାତ କରୁଥିବାରୁ ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହେଉଛି। ରାସ୍ତା ଫାଟି ଆଁ କରିବା ସହ ଯାତାୟାତରେ ବାଧା ଉପୁଜୁଛି। ହରିପୁର ବଜାର ଅଞ୍ଚଳରେ ରାସ୍ତା ଅଣଓସାରିଆ ଓ ବର୍ଷା ଜଳ ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ସାମାନ୍ୟ ବର୍ଷାରେ ରାସ୍ତା ଉପରେ ପାଣି ଜମି ରହୁଛି। ଖାଲଖମାରେ ପାଣି ଜମି ରହିବାରୁ ବଜାର ଅଞ୍ଚଳରେ ଏକାଧିକ ଛୋଟବଡ଼ ଦୁର୍ଘଟଣା ଘଟିଥିବା ଲକ୍ଷ୍ୟ କରାଯାଉଛି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଫୋନ୍‌ ଦ୍ୱାରା ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ନ ଉଠାଇବାରୁ ତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri