Odisha Elections 2024
Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ ପାକିସ୍ତାନର ଏହି ଦ୍ରୁତ ବୋଲର!

ଇସଲାମାବାଦ,୧୬।୧: ପାକିସ୍ତାନର ଷ୍ଟାର ଦ୍ରୁତ ବୋଲର ହାରିସ ରଉଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାକୁ ଚିନ୍ତା କରୁଛନ୍ତି। ଗଣମାଧ୍ୟମ ରିପୋର୍ଟରୁ ହାରିସଙ୍କ ବିଷୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନିକଟରେ ପାକିସ୍ତାନ ଅଷ୍ଟ୍ରେଲିଆ ବିପକ୍ଷରେ ଏକ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିଥିଲା, ଯେଉଁଥିରୁ ହରିସ ତାଙ୍କ ନାମ ପ୍ରତ୍ୟାହାର କରିନେଇଥିଲେ ଏବଂ ପରେ ବିଗ ବାସ ଲିଗ ଖେଳୁଥିବା ଦେଖିବାକୁ ମିଳିଥିଲା। ଟେଷ୍ଟ ସିରିଜରୁ ତାଙ୍କ ନାମ ପ୍ରତ୍ୟାହାର କରିବା ପରେ ହାରିସଙ୍କୁ ଅନେକ ସମାଲୋଚନାର ସମ୍ମୁଖୀନ ହେବାକୁ ପଡିଲା, ଯାହା ପରେ ତାଙ୍କ ଅବସର ଖବର ନେଇ ଚର୍ଚ୍ଚା ଜୋର ଧରିଥିଲା।

ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ସିରିଜ ନ ଖେଳିବା ବର୍ତ୍ତମାନ ରଉଫଙ୍କ ପାଇଁ ବିପଜ୍ଜନକ ପ୍ରମାଣିତ ହୋଇପାରେ। ଟେଷ୍ଟ ସିରିଜରୁ ତାଙ୍କ ନାମ ପ୍ରତ୍ୟାହାର କରିନେବା ଉପରେ ପାକିସ୍ତାନ ନିର୍ଦ୍ଦେଶକ ମହମ୍ମଦ ହାଫିଜ ଏବଂ ମୁଖ୍ୟ ଚୟନକର୍ତ୍ତା ୱାହାବ ରିଆଜ ତାଙ୍କୁ ତାଗିଦ କରିଥିଲେ। ଏବେ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଉଛି ଯେ ପାକିସ୍ତାନୀ ପେସର ଖୁବ୍‌ଶୀଘ୍ର ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇପାରନ୍ତି। ଟିମ ମ୍ୟାନେଜମେଣ୍ଟ ଦ୍ୱାରା ଟି -୨୦ ଲିଗ ପରିବର୍ତ୍ତେ ଜାତୀୟ ଦଳରେ ଖେଳିବା ଉପରେ ଅଧିକ ଧ୍ୟାନ ଦେବା ପାଇଁ ରଉଫଙ୍କୁ କୁହାଯାଇଥିଲା।

ପାକିସ୍ତାନୀ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ହାରିସ ସମାଲୋଚନାରୁ ଏତେ ନିରାଶ ହୋଇଥିଲେ ଯେ ଏକ ସମୟରେ ସେ ଅନ୍ତର୍ଜାତୀୟ କ୍ରିକେଟ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ, କିନ୍ତୁ ସାଙ୍ଗ ଏବଂ ପରିବାରର ପରାମର୍ଶ ପରେ ସେ ଏପରି କରି ନ ଥିଲେ। ତେବେ ଏସବୁ ବିଷୟରେ କୌଣସି ସରକାରୀ ସୂଚନା ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱରେକର୍ଡ ସହ ସ୍ବର୍ଣ୍ଣ ଜିତିଲେ ଦୀପ୍ତି

ନୂଆଦିଲ୍ଲୀ,୨୦।୪: ଭାରତର ଦୀପ୍ତି ଜୀବାଞ୍ଜୀ ବିଶ୍ୱ ରେକର୍ଡ ସୃଷ୍ଟି କରି ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ ୨୦୨୪ ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଦୀପ୍ତି ୪୦୦...

ଆରସିବି ଫାଇନାଲ୍‌ ଯିବା ନିଶ୍ଚିତ! ଏହି ରେକର୍ଡ କହୁଛି ସବୁକିଛି

ନୂଆଦିଲ୍ଲୀ,୨୦।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଗୋଟିଏ ପ୍ରତିଶତ ଆଶାକୁ ୧୦୦ ପ୍ରତିଶତରେ ପରିଣତ କରି ଆଇପିଏଲ ୨୦୨୪ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛି।...

ଧୋନୀଙ୍କ ଅବସରକୁ ନେଇ ଆସିଲା ବଡ଼ ଅପଡେଟ୍‌: ଜାଣନ୍ତୁ କେବେ ସିଏସ୍‌କେକୁ କହିବେ ବାଏ ବାଏ

ଚେନ୍ନାଇ,୨୦।୫: ଚେନ୍ନାଇ ସୁପର କିଙ୍ଗ୍ସର ଏମଏସ ଧୋନୀ ସବୁଠାରୁ ସଫଳ ଅଧିନାୟକ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ପାଞ୍ଚଟି ଆଇପିଏଲ ଟ୍ରଫି ଜିତିଛି। କିନ୍ତୁ ଏହି...

ଆଇପିଏଲରୁ ବାହାରିଲେ ଧୋନି, ମନଦୁଃଖରେ ଫେରିଲେ ରାଞ୍ଚି

ନୂଆଦିଲ୍ଲୀ,୨୦।୫: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସର ଯାତ୍ରା ଶେଷ ହୋଇଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ଶେଷ ଲିଗ ମ୍ୟାଚରେ...

ଆଇପିଏଲର ନୂଆ ‘ସିକ୍ସର କିଙ୍ଗ’, କୋହଲି ସମେତ ପଛରେ ପଡିଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୯।୫: ଆଇପିଏଲ ର ପ୍ରତ୍ୟେକ ସିଜନରେ, ଅନେକ ରେକର୍ଡ ତିଆରି ହେବା ଏବଂ ଭାଙ୍ଗିଥିବାର ଦେଖାଯାଏ । ଚଳିତ ସିଜନରେ ସନରାଇଜର୍ସ ହାଇଦ୍ରାବାଦରେ ଖେଳୁଥିବା ଯୁବ...

ଏବେ ତୁମେ କେମିତି ଅନୁଭବ କରୁଛ ମା’? ଶେଷ ଓଭର ପରେ ଘରକୁ ଫୋନ କଲେ ୟଶ ଦୟାଲ

ନୂଆଦିଲ୍ଲୀ,୧୯।୫: କେବଳ ଜଣେ ମା’ ନିଜ ସନ୍ତାନର ଅସହାୟତା ଏବଂ ସୁଖକୁ ଅନ୍ୟମାନଙ୍କ ଅପେକ୍ଷା ଅଧିକ ଅନୁଭବ କରିପାରନ୍ତି। ୪୦୫ ଦିନ ପୂର୍ବେ, ରିଙ୍କୁ ସିଂ...

ହରଭଜନଙ୍କ ଭବିଷ୍ୟବାଣୀ: ଏହି ଦୁଇ ଟିମ ମଧ୍ୟରେ ଖେଳାଯିବ IPL 2024 ଫାଇନାଲ ମ୍ୟାଚ

ନୂଆଦିଲ୍ଲୀ,୧୯।୫: ପୂର୍ବତନ ଭାରତୀୟ ଅଫ ସ୍ପିନର ହରଭଜନ ସିଂ ଆଇପିଏଲ ୨୦୨୪ର ଫାଇନାଲିଷ୍ଟ ଦଳ ଚୟନ କରିଛନ୍ତି। ହରଭଜନ ସିଂ ବିଶ୍ୱାସ କରନ୍ତି ଯେ ଆଇପିଏଲ...

ସିଏସ୍‌କେ ହାରିବା ପରେ ଭୋ ଭୋ ହୋଇ କାନ୍ଦିଲେ ରାୟୁଡୁ, ପରଦିନ ଆର୍‌ସିବିକୁ କହିଲେ ବଡ଼ କଥା; VIDEO

ବାଙ୍ଗାଲୁରୁ,୧୯।୫: ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଶନିବାର ଗୁରୁତ୍ୱପୂର୍ଣ୍ଣ ମୁକାବିଲା ଖେଳାଯାଇଥିଲା। କୋହଲିଙ୍କ ଟିମ୍‌ ଧୋନୀଙ୍କ ଦଳକୁ ୨୭ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri