Posted inଜାତୀୟ

କ୍ଷମା ମାଗିଲେ ହରିଶ ରାଓ୍ବତ

ଚଣ୍ଡିଗଡ,୧।୯: ପଞ୍ଜାବରେ କଂଗ୍ରେସ ନେତୃତ୍ୱକୁ ‘ପଞ୍ଜ ପ୍ୟାରେ’ ବୋଲି ବର୍ଣ୍ଣନା କରି ଏକ ବିବାଦରେ ଛନ୍ଦି ହୋଇପଡିଛନ୍ତି ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ସାଧାରଣ ସମ୍ପାଦକ ହରିଶ ରାୱତ। ବୁଧବାର ଲୋକଙ୍କ ଭାବନାକୁ ଆଘାତ ଦେଇଥିବାରୁ କ୍ଷମା ମାଗିଛନ୍ତି। ମଙ୍ଗଳବାର କଂଗ୍ରେସର ରାଜ୍ୟ ୟୁନିଟରେ କନ୍ଦଳ ମଧ୍ୟରେ ଚଣ୍ଡିଗଡ଼କୁ ଆସିଥିବା ରାୱତ ପଞ୍ଜାବ କଂଗ୍ରେସ ଭବନରେ ଏକ ବୈଠକ ପରେ ରାଜ୍ୟ କଂଗ୍ରେସ ମୁଖ୍ୟ ତଥା ଚାରିଜଣ କାର୍ଯ୍ୟକାରୀ ଅଧ୍ୟକ୍ଷଙ୍କ ପାଇଁ ‘ପଞ୍ଜ ପ୍ୟାର’ ଶବ୍ଦ ବ୍ୟବହାର କରିଛନ୍ତି। ଶିଖ ପରମ୍ପରାରେ ଗୁରୁଙ୍କ ପାଞ୍ଚ ପ୍ରିୟଙ୍କ ପାଇଁ ‘ପଞ୍ଜ ପ୍ୟାରେ’ ବ୍ୟବହୃତ ହୁଏ। ଏହା ଶିଖମାନଙ୍କ ଦଶମ ଗୁରୁ ଗୋବିନ୍ଦ ସିଂ ଏବଂ ତାଙ୍କର ପାଞ୍ଚଜଣ ଅନୁଗାମୀଙ୍କ ସହ ଜଡିତ, ଯେଉଁମାନେ ଖାଲସା ପନ୍ଥ ସ୍ଥାପନା କରିଥିଲେ। ବୁଧବାର ତାଙ୍କ ଫେସବୁକ ପୃଷ୍ଠାରେ ରାୱତ ତାଙ୍କର ‘ପଞ୍ଜ ପ୍ୟାରେ’ ମନ୍ତବ୍ୟ ପାଇଁ ନିଜ ଭୁଲ ସୱୀକାର କରିଛନ୍ତି। ରାୱତ ଲେଖିଛନ୍ତି, ବେଳେବେଳେ ସମ୍ମାନ ଦେଖାଇବା ପାଇଁ ତୁମେ ଏପରି ଶବ୍ଦ ବ୍ୟବହାର କର, ଯାହା ଆପତ୍ତିଜନକ ହୋଇପାରେ। ଆମ ମାନ୍ୟବର ଅଧ୍ୟକ୍ଷ ଏବଂ ଚାରିଜଣ କାର୍ଯ୍ୟରତ ଅଧ୍ୟକ୍ଷଙ୍କ ପାଇଁ ‘ପଞ୍ଜ ପ୍ୟାରେ’ ଶବ୍ଦ ବ୍ୟବହାର କରି ମୁଁ ମଧ୍ୟ ଭୁଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri