Posted inଜାତୀୟ

ଉତ୍ତରାଖଣ୍ଡ ନିର୍ବାଚନ: କଂଗ୍ରେସର ମଙ୍ଗ ଧରିବେ ହରିଶ ରାୱତ

ଡେରାଡୁନ,୨୪ ।୧୨: କଂଗ୍ରେସର କଳି ତୁଟିବାର ନାଁ ନେଉନି । ଗୋଟିଏ ପରେ ଗୋଟିଏ ରାଜ୍ୟରେ କଂଗ୍ରେସ କନ୍ଦଳ ଦେଖିବାକୁ ମିଳୁଛି । ଉତ୍ତରାଖଣ୍ଡରେ ଏହା ଆରମ୍ଭ ହୋଇଥିବା ବେଳେ ଅଳ୍ପକେ ସମାଧାନ ହୋଇଯାଇଛି । ଶୁକ୍ରବାର ଉତ୍ତରାଖଣ୍ଡ କଂଗ୍ରେସ ନେତାଙ୍କର ବୈଠକ ହୋଇଥିବା ବେଳେ ଏଥିରେ ହରିଶ ରାୱତ ଆସନ୍ତା ବିଧାନସଭା ନିର୍ବାଚନର ନେତୃତ୍ୱ ନେବେ ବୋଲି ଜଣାପଡିଛି । ଔପଚାରିକ ଭାବେ ରାୱତଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିନାହିଁ । ହେଲେ ପ୍ରଦେଶ ଅଧ୍ୟକ୍ଷ ଗଣେଶ ଗୋଦିୟାଲ କହିଛନ୍ତି ଉତ୍ତରାଖଣ୍ଡରେ କଂଗ୍ରେସ ରାୱତଙ୍କ ନେତୃତ୍ୱରେ ନିର୍ବାଚନ ଲଢିବ । ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ନିଷ୍ପତ୍ତି ନିର୍ବାଚନ ପରେ ନିଆଯିବ । ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ କହିଛନ୍ତି କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷଙ୍କ ନିକଟରେ ସବୁ ଅଧିକାର ରହିଛି । ନିର୍ବାଚନ ପରେ ହେଉଥିବା ବୈଠକନେ ନିଷ୍ପତ୍ତି ନିଆଯାଏ କିଏ ହେବ ନେତା । ସେମାନଙ୍କ ନାଁ କଂଗ୍ରେସ ଅଧ୍ୟକ୍ଷଙ୍କ ନିକଟକୁ ପଠାଯାଏ । ଉତ୍ତରାଖଣ୍ଡରେ ବି ତାହାହିଁ ହେବ । ମୁଖ୍ୟମନ୍ତ୍ରୀ କିଏ ହେବ ତାହା ପରେ ସ୍ଥିର କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?