ହାତ ଧରିଲେ ହରିଶଙ୍କର ରାଉତ, ପାଣ୍ଡିଆନଙ୍କୁ ସମାଲୋଚନା କରି ବିଜେଡି ଛାଡିଥିଲେ

ଭୁବନେଶ୍ୱର,୧୪।୯: ପୂର୍ବତନ ବିଜେଡି ଛାତ୍ର ନେତା ହରିଶଙ୍କର ରାଉତ ଦଳ ଛାଡ଼ିବା ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ରେ ଯୋଗଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଏଆଇସିସିର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଓ ଓପିସିସି ସଭାପତି ଭକ୍ତଚରଣ ଦାସ ଉପସ୍ଥିତ ଥିଲେ। ହରିଶଙ୍କର ବିଜେଡିରୁ ବିଦାୟ ନେବା ସମୟରେ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କୁ ଟାର୍ଗେଟ କରି ସମାଲୋଚନା କରିଥିଲେ, ଯାହା ଦଳରେ ଅସନ୍ତୋଷର କାରଣ ହୋଇଥିଲା।

ଅନ୍ୟପକ୍ଷରେ, ଏଆଇସିସିର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ସୂଚନା ଦେଇଛନ୍ତି ଯେ, ଚଳିତ ମାସ ଶେଷ ସୁଦ୍ଧା ଓଡ଼ିଶାରେ ସମସ୍ତ ଜିଲା କଂଗ୍ରେସ ସଭାପତିଙ୍କ ଚୟନ ପ୍ରକ୍ରିୟା ସରିଯିବ। ଏହା ସହିତ ଅକ୍ଟୋବର ମାସ ଶେଷ ସୁଦ୍ଧା ସମସ୍ତ ବ୍ଲକ୍‌ ସଭାପତିଙ୍କ ଚୟନ ମଧ୍ୟ ସମାପ୍ତ ହେବ। ବେଣୁଗୋପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜିଲାର ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ଅଧିକାରୀମାନେ ସ୍ଥାନୀୟ ନେତାମାନଙ୍କ ସହ ଭେଟି ଆଲୋଚନା କରି ଚୟନ ପ୍ରକ୍ରିୟା ଆଗେଇ ନେବେ। ଏହା କଂଗ୍ରେସର ସଂଗଠନାତ୍ମକ ପୁନର୍ଗଠନର ଭାଗ ଭାବେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri