ପାଟଣା,୧୧ା୩(ସ୍ବ.ପ୍ର.): ଗରିବଙ୍କ କଲ୍ୟାଣ ନିମନ୍ତେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜନ୍ମଠୁ ମୃତ୍ୟୁ ପର୍ଯ୍ୟନ୍ତ ବହୁ ଯୋଜନା କରିଥିବା ବେଳେ ସ୍ଥଳ ବିଶେଷରେ ଯୋଗ୍ୟ ହିତାଧିକାରୀଙ୍କ ଅନୁକମ୍ପା ରାଶି ହେଉ କି ସରକାରୀ ଯୋଜନାର ଅର୍ଥ ହେଉ ତାକୁ ସରକାରୀ କର୍ମଚାରୀ ଏବଂ ନିର୍ବାଚିତ ପ୍ରତିନିଧିମାନେ ଚଞ୍ଚକତା କରି ହଡପ କରିନେଉଥିବା ଅଭିଯୋଗ ହୋଇଛି। ଏଭଳି ଏକ ଅଭିଯୋଗ ଆଣିଛନ୍ତି ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ କଣ୍ଟିଆପଡ଼ା ପଞ୍ଚାୟତ ଜାମୁନାଳିଆ ଗ୍ରାମର ନୀଳମଣି ବେହେରାଙ୍କ ବିଧବା ସ୍ତ୍ରୀ ଚାନ୍ଦମଣୀ ଓ ତାଙ୍କ ପୁଅ ବସନ୍ତ।
ସୂଚନା ଅନୁଯାୟୀ, ନୀଳମଣିଙ୍କ ୨ ବର୍ଷ ପୂର୍ବେ ଦେହାନ୍ତ ପରେ ଘର ଲୋକେ ଓଡ଼ିଶା ସରକାରଙ୍କ ହରିଶ୍ଚନ୍ଦ୍ର ଯୋଜନାରେ ମୃତ୍ୟୁକାଳୀନ ସହାୟତା ରାଶି ପାଇଁ ଆବେଦନ କରିଥିଲେ। ଟଙ୍କା ମିଳିବାରୁ ଚାନ୍ଦମଣୀ ଓ ପୁଅ ବସନ୍ତ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ପହଞ୍ଚି ମା’ ପୁଅ ଜାଣିବାକୁ ପାଇଥିଲେ ହେଁ ତାଙ୍କ ନଁାରେ କେହି ଟିପ ଦେଇ ଟଙ୍କା ଉଠାଇ ନେଇଛନ୍ତି। ମା’ ପୁଅ ଏନେଇ ପିଇଓଙ୍କୁ ଦୋଷ ଦେଇ ଅର୍ଥ ହଡ଼ପ କରିଥିବା ଅଭିଯୋଗ କରିଛନ୍ତି। ହରିଶ୍ଚନ୍ଦ୍ର ଯୋଜନାର ଟଙ୍କା ଉପଲବ୍ଧ କରାଇବା ପ୍ରତିବଦଳରେ ପିଇଓ ଚାନ୍ଦମଣୀଙ୍କୁ ଲାଞ୍ଚ ମାଗିଥିବା ସେ ପ୍ରକାଶ କରିଛନ୍ତି। ଏହାର ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି। ଏସମ୍ପର୍କରେ ସମ୍ପୃକ୍ତ ପିଇଓ ରସାନନ୍ଦ ସେଠୀ କହିଛନ୍ତି, ମୁଁ ଫେବୃୟାରୀ୨୮ରୁ ଅବସର ଗ୍ରହଣ କଲା ପରେ ମହିଳା ଜଣକ ଟଙ୍କା ପାଇ ନାହାନ୍ତି।
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…
ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…
ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…
୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…
ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…
ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…
ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ଟ୍ରେନ୍ ଟ୍ରାକ୍ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…
Archives

