Posted inଜାତୀୟ

ରାଜ୍ୟ ସଭା ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦେବେନି ହରିବଂଶ

ନୂଆଦିଲ୍ଲୀ, ୧୭।୮ : ନୀତୀଶ କୁମାର ବିହାରରେ ଭାଜପା ସହିତ ମେଣ୍ଟ ଭାଙ୍ଗି ମହାମେଣ୍ଟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହା ପରେ ବି ରାଜ୍ୟ ସଭା ଉପାଧ୍ୟକ୍ଷ ପଦରୁ ଜେଡିୟୁ ନେତା ହରିବଂଶ ନାରାୟଣ ସିଂ ଇସ୍ତଫା ଦେଇନାହାଁନ୍ତି। ସେ ଏହି ପଦରେ ରହିବେ।
ଜେଡିୟୁ ସଭାପତି ଲଲନ ସିଂ ନିଜେ ଏହା କହିଛନ୍ତି। ସେ କହିଛନ୍ତି ହରିବଂଶ ତାଙ୍କ ପଦରୁ ଇସ୍ତଫା ଦେବାର କୌଣସି ଆବଶ୍ୟକତା ନାହିଁ। ଏନଡିଏ ସହଯୋଗୀ ଦଳରୁ ଜେଡିୟୁ ଅଲଗା ହେବା ଏକ ରାଜନୈତିକ ନିଷ୍ପତ୍ତି ହୋଇଥିବାବେଳେ ହରିବଂଶ ରାଜ୍ୟ ସଭାର ଉପାଧ୍ୟକ୍ଷ। ତାଙ୍କର ଏହା ସହିତ କୌଣସି ସମ୍ପର୍କ ନାହିଁ। ଅପରପକ୍ଷେ ହରିବଂଶ ନିଜେ ନୀତୀଶ କୁମାରଙ୍କ ମହାମେଣ୍ଟରେ ଯୋଗଦେବା ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି।
ରାଜ୍ୟ ସଭାର ଉପାଧ୍ୟକ୍ଷ ନିର୍ବାଚନରେ ଅନେକ ଅଣ ଏନଡିଏ ଦଳ ମଧ୍ୟ ହରିବଂଶଙ୍କୁ ଭୋଟ ଦେଇଥିଲେ ବୋଲି ଲଲନ୍‌ କହିଛନ୍ତି।
ସୂଚନାଯୋଗ୍ୟ, ଜେଡିୟୁ ଅଲଗା ହେବା ପରେ ରାଜ୍ୟ ସଭାରେ ଏନଡିଏର ବର୍ତ୍ତମାନ ସଦସ୍ୟ ସଂଖ୍ୟା ୧୦୯ କୁ ଖସି ଆସିଛି। ଏହା ସ୍ପଷ୍ଟ ଯେ ବର୍ତ୍ତମାନ ଏନଡିଏ ପାଇଁ କୌଣସି ବିଲ ପାସ କରିବା ଅଧିକ ଚ୍ୟାଲେଞ୍ଜ ହେବ। ଯଦିଓ ବିଜେଡି, ଓ୍ବାଇଏସଆର କଂଗ୍ରେସ, ଏଆଇଏଡିଏମ୍‌କେ ଭଳି ଦଳ ଅନେକ ଥର ଏନଡିଏକୁ ସମର୍ଥନ କରିଛନ୍ତି। ତେବେ ଆଗାମୀ ଦିନରେ ଭାଜପା ପାଇଁ ଅସୁବିଧା ସୃଷ୍ଟି ହେବାର ଆଶଙ୍କା ରହିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri