ଚାଲିଛି ହାର୍‌ଜିତ୍‌ ଆକଳନ

ଚଣ୍ଡିଖୋଲ,୨୬ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକର ୪୩ ପଞ୍ଚାୟତରେ ୧୮ ତାରିଖରେ ମତଦାନ ଶେଷ ହୋଇଛି। ଏହାପରେ ପ୍ରାର୍ଥୀ ହାର୍‌ଜିତକୁ ନେଇ ଅଙ୍କ କଷିବାରେ ବ୍ୟସ୍ତ ଅଛନ୍ତି। ୬୩୭ୱାର୍ଡ ପାଇଁ ୧ଲକ୍ଷ ୪୬ ହଜାର ୧୨୮ଜଣ ଭୋଟର ମତଦାନ କରିଛନ୍ତି। ୪୩ ପଞ୍ଚାୟତ ସମେତ ୫ଟି ଜୋନ୍‌ ଜିଲା ପରିଷଦ ସଭ୍ୟ ପାଇଁ ୭୫.୧୨ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ ଅଧିକାରୀଙ୍କଠାରୁ ସୂଚନା ମିଳିଛି।
ତେବେ ୨୬ତାରିଖରୁ ଭୋଟ୍‌ ଗଣନା କାର୍ଯ୍ୟ ଆରମ୍ଭ ହେବ। ଏହା ପୂର୍ବରୁ ପ୍ରାର୍ଥୀ ସେମାନଙ୍କ ଆକଳନ କରୁଥିଲାବେଳେ ଏହି ଗଣିତ କେତେବେଳେ ଠିକ୍‌ ହେଉଛି ତ କେତେବେଳେ ଭୁଲ୍‌ ହୋଇଯାଉଛି। ବିଭିନ୍ନ ଦଳର ପ୍ରାର୍ଥୀ ଦଳୀୟ କର୍ମୀଙ୍କ ବିରୋଧକୁ ନେଇ ଆଶଙ୍କାରେ ଅଛନ୍ତି। ଏ ପର୍ଯ୍ୟନ୍ତ ଦୈନିକ ହାରଜିତ୍‌ର ଅଙ୍କକଷା ଚାଲିଥିଲା ବେଳେ ତାହା ଛିଡ଼ି ପାରୁ ନ ଥିବା ଦେଖିବାକୁ ମିଳିଛି। ଫଳରେ ଆଶା ଓ ଆଶଙ୍କା ମଧ୍ୟରେ ପ୍ରାର୍ଥୀ ରହିଛନ୍ତି। ବଡ଼ଚଣା ବ୍ଲକର ୫ ଜିଲା ପରିଷଦ ଜୋନ୍‌ରେ ୧୭ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିଲାବେଳେ ୪୩ ପଞ୍ଚାୟତରେ ୧୬୫ ସରପଞ୍ଚ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ସେଥିରୁ ଧାନମଣ୍ଡଳ ପଞ୍ଚାୟତର ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିବାରୁ ସେଠାରେ ନିର୍ବାଚନ ସ୍ଥଗିତ ରହିଛି। ଯେଉଁଥି ପାଇଁ ପଞ୍ଚାୟତରୁ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଥିବା ୫ଜଣ ପ୍ରାର୍ଥୀଙ୍କ ନିର୍ବାଚନ ସ୍ଥଗିତ ରହିଛି। ସେହିଭଳି ୪୩ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ୧୨୭ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଛନ୍ତି। ତେବେ ସେମାନଙ୍କ ମଧ୍ୟରୁ କିଏ ବିଜୟୀ ହେବ ତାହାକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି। ଚଣ୍ଡିଖାଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଷ୍ଟ୍ରଙ୍ଗ ରୁମ୍‌ ମଧ୍ୟରେ ଭୋଟ୍‌ ବାକ୍ସ ଗଚ୍ଛିତ ହୋଇ ରହିଛି। ୨୬ ତାରିଖରେ ୧୬ନମ୍ବର ଜୋନ୍‌ର ଜିଲା ପରିଷଦ ପ୍ରାର୍ଥୀଙ୍କ ସମେତ ୯ ପଞ୍ଚାୟତର ପ୍ରାର୍ଥୀଙ୍କ ଫଳାଫଳ ଜଣାପଡ଼ିବ। ୨୭ତାରିଖରେ ୧୭ନମ୍ବର ଓ ୧୮ନମ୍ବର ଦୁଇ ଜିଲା ପରିଷଦ ଜୋନ୍‌ ମଧ୍ୟରେ ରହିଥିବା ୧୬ ପଞ୍ଚାୟତର ଭୋଟ୍‌ ଗଣତି କାର୍ଯ୍ୟ କରାଯିବାକୁ ସ୍ଥିର ହୋଇଛି। ୨୮ତାରିଖରେ ୧୯ନମ୍ବର ଓ ୨୦ ନମ୍ବର ୨ ଜିଲାପରିଷଦ ଜୋନ୍‌ ସମେତ ୧୮ଟି ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀଙ୍କ ଫଳାଫଳ ପ୍ରକାଶ ପାଇବ ବୋଲି ବ୍ଲକ ନିର୍ବାଚନ ଅଧିକାରୀ ବଡ଼ଚଣା ବିଡିଓ ଅଜିତ୍‌ ନାରାୟଣ ଗିରି ସୂଚନା ଦେଇଛନ୍ତି। ତେବେ ଫଳାଫଳ ପ୍ରକାଶ ପରେ ହିଁ ହାର୍‌ଜିତର ଅଙ୍କ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri