Posted inଖେଳ

ସଚିନଙ୍କ ଲାଗି ବର୍ଷର ଶ୍ରେଷ୍ଠ କ୍ୟାଚ୍‌

ନର୍ଥହାମ୍ପଟନ,୧୦।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା। କିନ୍ତୁ ହରଲିନ ଦେଓଲଙ୍କ ସୁପରମ୍ୟାନ କ୍ୟାଚ୍‌ ପ୍ରଶଂସକଙ୍କ ମନ ଜିତି ନେଇଛି। ଏପରି କି କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କୁ ମଧ୍ୟ ବେଶ୍‌ ପ୍ରଭାବିତ କରିଛି ଏହି କ୍ୟାଚ୍‌।

୧୯ତମ ଓଭରରେ ଲଙ୍ଗ ଅଫ୍‌ ଅଞ୍ଚଳକୁ ଏକ ବଡ଼ ଶଟ ଖେଳିଥିଲେ ଇଂଲଣ୍ଡ ବ୍ୟାଟ୍ସଓମେନ ଆମି ଜୋନ୍ସ। ସେଠାରେ ଫିଲ୍ଡିଂ କରୁଥିବା ହରଲିନ ପ୍ରଥମେ ବଲକୁ କ୍ୟାଚ୍‌ କରି ବାଉଣ୍ଡ୍ରି ବାହାରକୁ ଯିବା ପୂର୍ବରୁ ବଲକୁ ଉପରକୁ ଫିଙ୍ଗିଥିଲେ। ତା’ ପରେ ଫିଲ୍ଡ ମଧ୍ୟକୁ ସୁପରମ୍ୟାନ ଭଳି ଡେଇଁ ନେଇଥିଲେ କ୍ୟାଚ୍‌। ହରଲିନଙ୍କ ଏହି କ୍ୟାଚ୍‌ ଏତେ ଆକର୍ଷକ ଥିଲା ଯେ, ତାଳି ନ ମାରି ରହିପାରି ନ ଥିଲେ ପ୍ରତିପକ୍ଷ ଦଳର ଖେଳାଳିମାନେ।

ହରଲିନଙ୍କ ଏହି କ୍ୟାଚ୍‌ର ଭିଡିଓ ଶେୟାର କରି ସଚିନ ଲେଖିଛନ୍ତି, ହରଲିନଙ୍କ ଚମତ୍କାର କ୍ୟାଚ୍‌। ନିଶ୍ଚିତ ଭାବେ ଏହା ମୋ ପାଇଁ ବର୍ଷର ଶ୍ରେଷ୍ଠ କ୍ୟାଚ୍‌। ସଚିନଙ୍କ ଭଳି ଇଂଲଣ୍ଡ କ୍ରିକେଟ, ଭିଭିଏସ୍‌ ଲକ୍ଷ୍ମଣ, ଓ୍ବେଷ୍ଟଇଣ୍ଡିଜ ଦଳର ପୂର୍ବତନ ଅଧିନାୟକ ଡାରେନ ସାମି ମଧ୍ୟ ଭିଡିଓ ଶେୟାର କରି ହରଲିନଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri