Posted inଖେଳ

ହରମନପ୍ରୀତ୍‌ଙ୍କୁ କରୋନା

ପଟିଆଲା, ୩୧ା୩ (ପି.ଟି.)-ଭାରତୀୟ ମହିଳା ଟି୨୦ କ୍ରିକେଟ ଦଳ ଅଧିନାୟିକା ହରମନପ୍ରୀତ କୌର କରୋନା ସଂକ୍ରମିତ ହୋଇଛନ୍ତି। ଲକ୍ଷ୍ନୌଠାରେ ମାର୍ଚ୍ଚ ୧୭ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ୫ମ ଅନ୍ତର୍ଜାତୀୟ ଦିନିକିଆରେ ଆଘାତପ୍ରାପ୍ତ ହେବାରୁ ତାଙ୍କୁ ଏହି ଦେଶ ବିପକ୍ଷ ଟି୨୦ ସିରିଜରେ ଖେଳାଯାଇ ନ ଥିଲା। ୪ ଦିନ ହେଲା ସାମାନ୍ୟ ଜ୍ୱର ଅନୁଭବ କରିବାରୁ ସୋମବାର ସେ ତାଙ୍କର କୋଭିଡ୍‌ ଟେଷ୍ଟ କରାଇଥିଲେ। ମଙ୍ଗଳବାର ଫଳାଫଳ ପଜିଟିଭ ଆସିବାପରେ ସେ ନିଜ ଘରେ ଆଇସୋଲେଶନରେ ଅଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ ଖେଳୁଥିବାବେଳେ ହରମନପ୍ରୀତ୍‌ଙ୍କର ନିୟମିତ ଟେଷ୍ଟ କରାଯାଉଥିଲା। ତେଣୁ ସିରିଜ ପରେ ସେ କରୋନା ସଂକ୍ରମିତ ହୋଇଛନ୍ତି। ଦିନିକିଆ ସିରିଜ ଖେଳୁଥିବାବେଳେ ସେ ଭଲ ଫର୍ମରେ ଥିଲେ। ଏହି ସମୟରେ ସେ ଗୋଟିଏ ଅର୍ଦ୍ଧଶତକ ଓ ୪୦ ରନ ସଂଗ୍ରହ କରିଥିଲେ। ୧୨ ମାସ ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ଭାରତ ଉଭୟ ଅନ୍ତର୍ଜାତୀୟ ଦିନିକିଆ ଓ ଟି୨୦ ସିରିଜରେ ପରାଜି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?