Posted inଖେଳ

ହରମନପ୍ରୀତଙ୍କୁ ମିଳିଲା ବଡ଼ ଉପଲବ୍ଧି

ମେଲବୋର୍ନ,୨୪।୧୧: ମେଲବୋର୍ନ ରେନେଗାଡେସ ଷ୍ଟାର ହରମନପ୍ରୀତ କୌର ପ୍ରଥମ ଭାରତୀୟ ଖେଳାଳି ଭାବେ ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ)ରେ ପ୍ଲେୟାର ଅଫ୍‌ ଦି ଟୁର୍ନାମେଣ୍ଟ ପୁରସ୍କାର ପାଇଛନ୍ତି। ପୂରା ସିଜନରେ ଉଭୟ ବ୍ୟାଟ ଓ ବଲରେ ଭଲ ପ୍ରଦର୍ଶନ କରିଥିଲେ ଭାରତୀୟ ଟି୨୦ ଦଳର ଅଧିନାୟିକା। ମେଲବୋର୍ନ ପାଇଁ ଚଳିତ ସିଜନରେ ସମସ୍ତ ମ୍ୟାଚ୍‌ ଖେଳିଥିବା ହରମନପ୍ରୀତ ୩୯୯ ରନ୍‌ କରିବା ସହ ୧୫ ଉଇକେଟ ମଧ୍ୟ ନେଇଥିଲେ।

ପ୍ରତ୍ୟେକ ମ୍ୟାଚ୍‌ର ପରିଚାଳନା ଦାୟିତ୍ୱରେ ଥିବା ଅମ୍ପାୟରମାନେ ପ୍ରତିଯୋଗିତାର ଶ୍ରେଷ୍ଠ ଖେଳାଳି ଭାବେ ହରମନପ୍ରୀତଙ୍କୁ ଭୋଟ ଦେଇଥିଲେ। ଏହି ଅଲରାଉଣ୍ଡରଙ୍କୁ ସର୍ବାଧିକ ୩୧ ଖଣ୍ଡ ଭୋଟ ମିଳିଥିଲା। ସେ ନିକଟସ୍ଥ ପ୍ରତିଦ୍ୱନ୍ଦ୍ୱୀ ପର୍ଥ ସ୍କର୍ଚର୍ସର ଖେଳାଳି ବେଥ ମୁନିସ ଓ ସୋଫିଆ ଡିଭାଇନ (୨୮ ଖଣ୍ଡ ଭୋଟ) ୩ ଭୋଟ ବ୍ୟବଧାନରେ ପଛରେ ପକାଇ ଦେଇଛନ୍ତି। ବ୍ରିସବେନ ହିଟ୍‌ର ଗ୍ରେସ ହାରିସଙ୍କୁ ୨୫ ଭୋଟ ମିଳିଥିଲା।

“ମୁଁ ଅତ୍ୟନ୍ତ ଆନନ୍ଦିତ। ଏହା ମୋ ପାଇଁ ଖୁବ୍‌ ବଡ଼ ଉପଲବ୍ଧି। ମୋତେ ମିଳିଥିବା ସମର୍ଥନ ଲାଗି ମୁଁ ଦଳ ଓ ସପୋର୍ଟ ଷ୍ଟାଫଙ୍କୁ ଧନ୍ୟବାଦ ଜଣାଉଛି। ଏହା ସମ୍ପୂର୍ଣ୍ଣ ରୂପେ ଦଳୀୟ ଉଦ୍ୟମ ଯୋଗୁ ସମ୍ଭବ ହୋଇପାରିଛି। ଦଳର ଆବଶ୍ୟକତା ଅନୁଯାୟୀ, ମୁଁ ମୋ କାମ କରିଛି” ବୋଲି ହରମନପ୍ରୀତ କୌର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

ପାଇଲଟ ସ୍ମିତଙ୍କୁ ମିଳିବ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗାନ୍ଧିନଗର,୧।୧୦: ଗୁଜରାଟ ସରକାର ସାହସୀ ପାଇଲଟ ସ୍ମିତ ମଚ୍ଛାରଙ୍କ ପାଇଁ ରାଜ୍ୟ ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସୋମନାଥ ମନ୍ଦିରରେ ବିଶେଷ ପ୍ରାର୍ଥନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?