Posted inଖେଳ

ଟ୍ରେଣ୍ଟ ରକେଟ୍ସ ପାଇଁ ଖେଳିବେ ହରମନପ୍ରୀତ୍‌

ଲଣ୍ଡନ, ୨୪ା୩: ଦି ହଣ୍ଡ୍ରେଡ୍‌ କ୍ରିକେଟ ଟୁର୍ନାମେଣ୍ଟରେ ଭାରତ ମହିଳା ଦଳର ଅଧିନାୟିକା ହରମନପ୍ରୀତ୍‌ କୌର ଟ୍ରେଣ୍ଟ ରକେଟ୍ସ ଏବଂ ତାଙ୍କ ଡେପୁଟି ସ୍ମୃତି ମନ୍ଧାନା ସଦର୍ନ ବ୍ରେଭ୍‌ ଦଳ ତରଫରୁ ଖେଳିବେ। ଦି ହଣ୍ଡ୍ରେଡ୍‌ ଟୁର୍ନାମେଣ୍ଟ ପାଇଁ ପୁରୁଷ, ମହିଳା ବିଭାଗ ପାଇଁ ଖେଳାଳି ନିଲାମ ହୋଇଥିଲା। ଏଥିରେ ଟ୍ରେଣ୍ଟ ରକେଟ୍ସ ହରମନପ୍ରୀତ୍‌ଙ୍କ ସହ ଚୁକ୍ତି କରିଥିବା ବେଳେ ମନ୍ଧାନା ସଦର୍ନ ବ୍ରେଭ୍‌ରେ ତାଙ୍କ ସ୍ଥାନ ବଜାୟ ରଖିଛନ୍ତି। ମହିଳା ଖେଳାଳି ନିଲାମ ପ୍ରଥମ ଥର ହୋଇଥିଲା।

ଜଣାଶୁଣା ପୁରୁଷ ଖେଳାଳିଙ୍କ ମଧ୍ୟରେ ପାକିସ୍ତାନର ଶାହିନ୍‌ ଶାହ ଆଫ୍ରିଦୀ ଓ ହାରିସ ରୌଫ୍‌ଙ୍କୁ ଓ୍ବେଲ୍ସ ଫାୟାର ଦଳ କ୍ରୟ କରିଥିବା ବେଳେ ପାକିସ୍ତାନ ଅଧିନାୟକ ବାବର ଆଜାମ ଅଲୋଡା ହୋଇପଡ଼ିଥିଲେ। ଓ୍ବେଷ୍ଟଇଣ୍ଡିଜର ପୂର୍ବତନ ଅଧିନାୟକ କିରନ ପୋଲାର୍ଡ ଓ ନ୍ୟୁଜିଲାଣ୍ଡ ବାମହାତୀ ପେସ୍‌ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କୁ ମଧ୍ୟ କୌଣସି ଫ୍ରାଞ୍ଚାଇଜ୍‌ କ୍ରୟ କରି ନ ଥିଲେ। ଦି ହଣ୍ଡ୍ରେଡ୍‌ର ୨୦୨୩ ସଂସ୍କରଣ ଅଗଷ୍ଟ ୧ରୁ ଆରମ୍ଭ ହେବ। ଟ୍ରେଣ୍ଟ ରକେଟ୍ସ ବନାମ ସଦର୍ନ ବ୍ରେଭ୍‌ ମ୍ୟାଚ ସହ ପୁରୁଷ ଓ ମହିଳା ପ୍ରତିଯୋଗିତା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri