Posted inଖେଳ

ଇତିହାସ ରଚିଲେ ହରମନପ୍ରୀତ

କେପଟାଉନ,୨୧।୨: ଭାରତୀୟ ମହିଳା କ୍ରିକେଟର୍‌ ହରମନପ୍ରୀତ କୌର ୧୫୦ ଅନ୍ତର୍ଜାତୀୟ ଟି-୨୦ ଖେଳିବାରେ ବିଶ୍ୱର ପ୍ରଥମ ଖେଳାଳି ହୋଇଛନ୍ତି। କେବଳ ମହିଳା ନୁହେଁ, କୌଣସି ପୁରୁଷ କ୍ରିକେଟର୍‌ ମଧ୍ୟରେ ଏପର୍ଯ୍ୟନ୍ତ ୧୫୦ ଅନ୍ତର୍ଜାତୀୟ ଟି-୨୦ ଖେଳି ନାହାଁନ୍ତି। ଏହି ଉପଲବ୍ଧି ହାସଲ କରିବାରେ ହରମନପ୍ରୀତ ହେଉଛନ୍ତି ପ୍ରଥମ ଖେଳାଳି। ଆୟର୍ଲାଣ୍ଡ ବିପକ୍ଷରେ ପଡ଼ିଆରେ ଅବତରଣ କରିବା ମାତ୍ରେ ହରମାନପ୍ରୀତ ଏହି ରେକର୍ଡ ସୃଷ୍ଟି କରିଥିଲେ।
ମହିଳାମାନଙ୍କ ମଧ୍ୟରେ ନ୍ୟୁଜିଲ୍ୟାଣ୍ଡର ସୁଜି ବେଟ୍ସ ହରମନପ୍ରୀତଙ୍କ ପଛରେ ଅଛନ୍ତି। ବେଟ୍ସ ଏପର୍ଯ୍ୟନ୍ତ ତାଙ୍କ ଅନ୍ତର୍ଜାତୀୟ ଟି-୨୦ କ୍ୟାରିୟରରେ ୧୪୩ଟି ମ୍ୟାଚ ଖେଳିଛନ୍ତି। ହରମନପ୍ରୀତ ଏପର୍ଯ୍ୟନ୍ତ ଭାରତ ପାଇଁ ୧୫୦ ଟି-୨୦ ମ୍ୟାଚରେ ୩୦୦୬ ରନ ସଂଗ୍ରହ କରିଛନ୍ତି। ହରମନପ୍ରୀତ ମଧ୍ୟ ଭାରତର ପ୍ରଥମ ତଥା ସାମଗ୍ରିକ ଚତୁର୍ଥ ମହିଳା କ୍ରିକେଟର ଯିଏକି ଅନ୍ତର୍ଜାତୀୟ ଟି-୨୦ରେ ତିନି ହଜାର ରନ ପୂରଣ କରିଛନ୍ତି। ତାଙ୍କ ପୂର୍ବରୁ ସୁଜି ବେଟ୍ସ, ମେଗ ଲାନିଙ୍ଗ ଏବଂ ଷ୍ଟିଫାନି ଟେଲର ଏହା କରିଛନ୍ତି।
ସେହିପରି ପୁରୁଷଙ୍କ ମଧ୍ୟରେ ଏପର୍ଯ୍ୟନ୍ତ ସର୍ବାଧିକ ମ୍ୟାଚ ଖେଳିବାର ରେକର୍ଡ ହେଉଛି ଭାରତର ରୋହିତ ଶର୍ମା। ସେ ନିଜ କ୍ୟାରିୟରରେ ମୋଟ ୧୪୮ ଅନ୍ତର୍ଜାତୀୟ ଟି-୨୦ ଖେଳିଛନ୍ତି। ଏଥିରେ ସେ ହାରାହାରି ୩୧.୩୨ରେ ୩୮୫୩ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri