Posted inଖେଳ

ଭାରତ ସିଧା କ୍ୱାର୍ଟରଫାଇନାଲ ଖେଳିବ

ନୂଆଦିଲ୍ଲୀ,୨୯ା୭: ଏସିଆନ ଗେମ୍ସ ମହିଳା କ୍ରିକେଟ ପ୍ରତିଯୋଗିତା ପାଇଁ ଡ୍ର’ ଅନୁଷ୍ଠିତ ହୋଇଯାଇଛି। ତଦନୁସାରେ ଭାରତ ସିଧାସଳଖ କ୍ୱାର୍ଟରଫାଇନାଲ ଖେଳିବ। ଆଇସିସି ଦ୍ୱାରା ଦୁଇଟି ମ୍ୟାଚରୁ ସସ୍‌ପେଣ୍ଡ ହୋଇଥିବାରୁ ଦଳ ଯଦି ଫାଇନାଲରେ ପ୍ରବେଶ କରେ ତେବେ ଅଧିନାୟିକା ହରମନପ୍ରୀତ ଏଥିରେ ଖେଳିପାରିବେ। ଚାଇନାର ହାଙ୍ଗଝୋଠାରେ ଏସିଆନ ଗେମ୍ସ ସେପ୍ଟେମ୍ବର ୨୩ରୁ ଆରମ୍ଭ ହେଉଛି। ଉଭୟ ମହିଳା ଓ ପୁରୁଷ ଇଭେଣ୍ଟରେ ଚାରୋଟି ଦଳ ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଓ ବାଂଲାଦେଶ ସିଧାସଳଖ କ୍ୱାର୍ଟରଫାଇନାଲ ପର୍ଯ୍ୟାୟରୁ ଖେଳିବେ। ଜୁନ୍‌ ୧ରେ ଆଇସିସି ଅନ୍ତର୍ଜାତୀୟ ଟି୨୦ ର଼୍ୟାଙ୍କିଙ୍ଗ ଭିତ୍ତିରେ ଦଳଗୁଡ଼ିକ ଏହି ସୁଯୋଗ ପାଇଛନ୍ତି। ନିକଟରେ ବାଂଲାଦେଶ ବିପକ୍ଷ ଏକ ଅନ୍ତର୍ଜାତୀୟ ଦିନିକିଆ ଗେମ୍‌ ପରେ ସାଧାରଣରେ ଦେଇଥିବା ମନ୍ତବ୍ୟକ୍‌ୁ ନେଇ ହରମନପ୍ରୀତ ଦୁଇଟି ମ୍ୟାଚରୁ ସସ୍‌ପେଣ୍ଡ ହୋଇଛନ୍ତି। ଫଳରେ ସେ କ୍ୱାର୍ଟରଫାଇନାଲ କିମ୍ବା ସେମିଫାଇନାଲରେ ଖେଳିପାରିବେ ନାହିଁ। ଏପରିକି ଋତୁରାଜ ଗାଏକ୍ୱାଡଙ୍କ ନେତୃତ୍ୱାଧୀନ ପୁରୁଷ ଦଳ ଜୁନ୍‌ ୧ ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ ଭିତ୍ତିରେ ସିଧାସଳଖ କ୍ୱାର୍ଟରଫାଇନାଲ ଖେଳିବ। ପୁରୁଷ ଇଭେଣ୍ଟ ୧୮ଟି ଦଳକୁ ନେଇ ହେବାକୁଥିବା ବେଳେ ମହିଳା ଇଭେଣ୍ଟ ୧୪ଟି ଦଳକୁ ନେଇ ହେବ। ମହିଳା ପ୍ରତିଯୋଗିତା ସେପ୍ଟେମ୍ବର ୧୯ରେ ଆରମ୍ଭ ହେବାକୁଥିବା ଥିବା ବେଳେ ସ୍ବର୍ଣ୍ଣ ଓ ବ୍ରୋଞ୍ଜ ପଦକ ମ୍ୟାଚଗୁଡ଼ିକ ସହ ଏହା ସେପ୍ଟେମ୍ବର ୨୬ରେ ଶେଷ ହେବ। ପୁରୁଷ ଇଭେଣ୍ଟ ସେପ୍ଟେମ୍ବର ୨୮ରେ ଆରମ୍ଭ ହେବାକୁଥିବା ବେଳେ ଫାଇନାଲ ଅକ୍ଟୋବର ୭ରେ ଖେଳାଯିବ। ଏହାର ଦୁଇ ଦିନ ପରେ ଆଇସିସି ୫୦-ଓଭର ବିଶ୍ୱକପ୍‌ ଅହମଦାବାଦଠାରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?