Posted inଖେଳ

ହରମନ୍‌ପ୍ରୀତ୍‌, ଲଭଲିନା ଧ୍ୱଜା ବାହକ

ନୂଆଦିଲ୍ଲୀ, ୨୧ା୯ (ପି.ଟି.):ଏସିଆନ୍‌ ଗେମ୍ସ ୨୦୨୩ ଚାଇନାର ହାଙ୍ଗଝୋରେ ଅନୁଷ୍ଠିତ ହେଉଛି। ସେପ୍ଟେମ୍ବର ୨୩ରୁ ଏହି ଇଭେଣ୍ଟ ଅନୁଷ୍ଠିତ ହେବାକୁ ଥିବା ବେଳେ ପୁରୁଷ ହକି ଦଳର ଅଧିନାୟକ ହରମନ୍‌ପ୍ରୀତ୍‌ ସିଂ ଓ ମହିଳା ବକ୍ସର ଲଭଲିନା ବୋର୍ଗୋହେନଙ୍କୁ ଭାରତର ଧ୍ୱଜାବାହକ ଭାବରେ ଘୋଷଣା କରାଯାଇଛି। ବୁଧବାର ଭାରତୀୟ ଅଲିମ୍ପିକ୍ସ ମହାସଂଘ(ଆଇଓଏ) ପକ୍ଷରୁ ଏହି ଘୋଷଣା କରାଯାଇଛି। ଫଳରେ ଉଦ୍‌ଘାଟନୀ ଉତ୍ସବରେ ଉଭୟ ଖେଳାଳି ଭାରତର ଜାତୀୟ ପତାକା ଧରିବାର ସୁଯୋଗ ପାଇବେ। ଭାରତ ଚଳିତ ଥର ୬୫୫ ଜଣ ଆଥଲେଟଙ୍କୁ ପଠାଇଛି। ଏସିଆନ୍‌ ଗେମ୍ସ ଇତିହାସରେ ଏହା ଭାରତର ସବୁଠାରୁ ବଡ ଦଳ।

ଆଇଓଏରେ ଦୀର୍ଘ ସମୟ ଆଲୋଚନା ପରେ ଏହି ଦୁଇ ଖେଳାଳିଙ୍କ ନାମ ଚୟନ ହୋଇଥିବା ନେଇ ଭାରତୀୟ ଦଳର ଚେଫ୍‌ ଡେ ମିଶନ୍‌ ଭୂପେନ୍ଦ୍ର ସିଂ ବାଜଓ୍ବା ଘୋଷଣା କରିଛନ୍ତି। ୨୦୧୮ ଜାକାର୍ତ୍ତା ଏସିଆନ୍‌ ଗେମ୍ସରେ ନୀରଜ ଚୋପ୍ରା ଭାରତର ଧ୍ୱଜାବାହକ ରହିଥିଲେ। ପ୍ରଥମ ଥର ପାଇଁ ଉଭୟ ପୁରୁଷ ଓ ମହିଳା ଆଥଲେଟଙ୍କୁ ସୁଯୋଗ ଦେବା ଲକ୍ଷ୍ୟରେ ଦୁଇ ଜଣ ଧ୍ୱଜାବାହକଙ୍କ ନାମ ଘୋଷଣା କରାଯାଇଛି ବୋଲି କହିଛନ୍ତି ବାଜଓ୍ବା।

ମହିଳା ବକ୍ସର ଲଭଲିନା ଟୋକିଓ ୨୦୨୦ରେ ୬୯ କିଗ୍ରା ଓଜନ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ବେଳେ ବ୍ରୋଞ୍ଜ ପଦକ ବିଜୟୀ ହୋଇଥିଲେ। ଚଳିତ ବର୍ଷ ୭୫ କିଗ୍ରାର ଓଜନ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରି ସେ ବିଶ୍ୱ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଅନ୍ୟ ପକ୍ଷରେ ହରମନ୍‌ପ୍ରୀତ୍‌ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଡ୍ରାଗ୍‌ ଫ୍ଲିକର୍‌ ହରମନ୍‌ପ୍ରୀତ୍‌ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ରହିଥିଲେ। ୪ ଦଶନ୍ଧିର ପ୍ରତୀକ୍ଷାର ଅନ୍ତ ଘଟାଇ ଭାରତୀୟ ପୁରୁଷ ହକି ଦଳ ଏକ ଅଲିମ୍ପିକ୍ସ ପଦକ ହାସଲ କରିଥିଲା। ହାଙ୍ଗଝୋ ଏସିଆନ୍‌ ଗେମ୍ସରେ ଭାରତୀୟ ଦଳ ସ୍ବର୍ଣ୍ଣ ପଦକ ସହିତ ସିଧାସଳଖ ପ୍ୟାରିସ୍‌ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ ଲକ୍ଷ୍ୟରେ ରହିଛି। ଚଳିତ ଏସିଆନ୍‌ ଗେମ୍ସ ପାଇଁ ବାଜଓ୍ବାଙ୍କୁ ଚେଫ୍‌ ଡେ ମିଶନ ନିଯୁକ୍ତ କରାଯାଇଥିବା ବେଳେ ୪ ଜଣ ଡେପୁଟୀ ତାଙ୍କୁ ସହାୟତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?