Posted inଖେଳ

ହରମନ୍‌ପ୍ରୀତ୍‌ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟିକା

ମୁମ୍ବାଇ,୨ା୩(ପି.ଟି.): ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଆଗାମୀ ସଂସ୍କରଣ ପାଇଁ ହରମନପ୍ରୀତ୍‌ କୌରଙ୍କୁ ଅଧିନାୟିକା ଘୋଷଣା କରାଯାଇଛି। ବୁଧବାର ଭାରତୀୟ ଦଳର ଅଧିନାୟିକାଙ୍କୁ ମୁମ୍ବାଇ ଏହାର ଅଧିନାୟକ ଭାବରେ ନିଯୁକ୍ତି ଦେଇଛି। ନିକଟରେ ପ୍ରଥମ ମହିଳା ଖେଳାଳି ଭାବରେ ହରମନପ୍ରୀତ୍‌ ୧୫୦ତମ ଟି୨୦ ମ୍ୟାଚ୍‌ ଖେଳିବାର ସୌଭାଗ୍ୟ ହାସଲ କରିଥିଲେ। ଗତମାସରେ ଅନୁଷ୍ଠିତ ନିଲାମୀରେ ହରମନ୍‌ପ୍ରୀତଙ୍କୁ ୧.୮ କୋଟି ଟଙ୍କାରେ କିଣିଥିଲା ମୁମ୍ବାଇ। ଚଳିତ ଶନିବାରରୁ ମୁମ୍ବାଇର ଡି ଓ୍ବାଇ ପାଟିଲ ଓ ବ୍ରାବୋର୍ଣ୍ଣ ଷ୍ଟାଡିୟମରେ ଡବ୍ଲ୍ୟୁପିଏଲ୍‌ ଆରମ୍ଭ ହେବ। ହରମନପ୍ରୀତ୍‌ ଅଧିନାୟିକା ଭାବେ ଭାରତକୁ ଅନେକ ମ୍ୟାଚରେ ଜିତାଇଛନ୍ତି। ଚାର୍ଲୋଟ ଏଡଓ୍ବାର୍ଡସ ଓ ଝୁଲଣ ଗୋସ୍ବାମୀଙ୍କ ସହଯୋଗରେ ସେ ମୁମ୍ବାଇକୁ ସଫଳତା ଦେବେ ବୋଲି ଫ୍ରାଞ୍ଚାଇଜି ପକ୍ଷରୁ କୁହାଯାଇଛି। ହରମନପ୍ରୀତଙ୍କ ନେତୃତ୍ୱରେ ଭାରତ ମହିଳା ଟି୨୦ ବିଶ୍ୱକପର ଫାଇନାଲରେ ପ୍ରବେଶ କରିଥିବା ବେଳେ ଅଷ୍ଟ୍ରେଲିଆ ନିକଟରୁ ୫ ରନ୍‌ରେ ପରାଜିତ ହୋଇଥିଲା। ଏହା ପୂର୍ବରୁ ଚାର୍ଲୋଟ ଏଡଓ୍ବାଡର୍‌ସ(ମୁଖ୍ୟ କୋଚ୍‌), ଝୁଲଣ ଗୋସ୍ବାମୀ(ବୋଲିଂ କୋଚ୍‌, ମେଣ୍ଟର), ଦେବିକା ପାଲଶିକର (ବ୍ୟାଟିଂ କୋଚ୍‌) ଓ ଲିଡିଆ ଗ୍ରୀନ୍‌ଓ୍ବେଙ୍କୁ ଫିଲ୍ଡିଂ କୋଚ୍‌ ଭାବରେ ନିଯୁକ୍ତ କରାଯାଇଛି। ବେଥ୍‌ ମୁନିଙ୍କ ଗୁଜରାଟ ଜାଏଣ୍ଟ୍ସ ବିପକ୍ଷରେ ଶନିବାର ଉଦ୍‌ଘାଟନୀ ମ୍ୟାଚ୍‌ ଖେଳିବ ମୁମ୍ବାଇ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri