Posted inଖେଳ

ହରମନପ୍ରୀତ୍‌, ରିଜଓ୍ବାନ ହେଲେ ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ,୧୦।୧୦: ଭାରତ ଅଧିନାୟିକା ହରମନପ୍ରୀତ୍‌ କୌର ଏବଂ ପାକିସ୍ତାନ ଉଇକେଟକିପର ବ୍ୟାଟର ମହମ୍ମଦ ରିଜଓ୍ବାନ ସେପ୍ଟେମ୍ବର ମାସ ପାଇଁ ମହିଳା ଓ ପୁରୁଷ ବିଭାଗରେ ଆଇସିସି (ଅନ୍ତର୍ଜାତୀୟ କ୍ରିକେଟ ପରିଷଦ) ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ ସିରିଜରେ ପ୍ରଭାବୀ ପ୍ରଦର୍ଶନ ପାଇଁ ହରମନପ୍ରୀତ ଏହି ପୁରସ୍କାର ପାଇଛନ୍ତି। ଭାରତୀୟ ଅଧିନାୟିକା ପୁରସ୍କାର ଦୌଡ଼ରେ ତାଙ୍କ ଡେପୁଟି ସ୍ମୃତି ମନ୍ଧାନା ଓ ବାଂଲାଦେଶର ନିଗାର ସୁଲତାନାଙ୍କୁ ପଛରେ ପକାଇଛନ୍ତି। ସେପ୍ଟେମ୍ବରରେ ଏହି ଦୁଇ ଖେଳାଳିଙ୍କ ପ୍ରଦର୍ଶନ ମଧ୍ୟ ଭଲ ରହିଥିଲା। ହରମନପ୍ରୀତଙ୍କ ପାଇଁ ଏହା ସ୍ମରଣୀୟ ମାସ ରହିଥିଲା। କେବଳ ବ୍ୟାଟିଂ ନୁହେଁ ତାଙ୍କ ନେତୃତ୍ୱରେ ଇଂଲଣ୍ଡରେ ଭାରତ ୩-୦ରେ କ୍ଲିନ୍‌ ସୁଇପ୍‌ କରିଥିଲା।

ପୁରୁଷ ବିଭାଗ ପୁରସ୍କାର ଦୌଡ଼ରେ ରିଜଓ୍ବାନ ଭାରତର ବାମହାତୀ ସ୍ପିନର ଅକ୍ଷର ପଟେଲ ଓ ଅଷ୍ଟ୍ରେଲିଆନ୍‌ ଅଲରାଉଣ୍ଡର କାମେରୁନ୍‌ ଗ୍ରୀନ୍‌ଙ୍କୁ ପଛରେ ପକାଇ ଦେଇଥିଲେ। ସେପ୍ଟେମ୍ବରରେ ଅନ୍ତର୍ଜାତୀୟ ଟି୨୦ରେ ତାଙ୍କର ପ୍ରଦର୍ଶନ ଭଲ ରହିଥିଲା। ଗତ ମାସରେ ସେ ଖେଳିଥିବା ୧୦ଟି ମ୍ୟାଚରେ ୭ଟି ଅର୍ଦ୍ଧଶତକ ହାସଲ କରିଥିଲେ। ମାସ ଆରମ୍ଭରୁ ସେ ଏସିଆ କପ୍‌ରେ ହଂକଂ ଓ ଭାରତ ବିପକ୍ଷରେ ଦୁଇଥର ୭୦ରୁ ଅଧିକ ରନ ସଂଗ୍ରହ କରିଥିଲେ। ସେ ଆଉ ଏକ ଅର୍ଦ୍ଧଶତକ ସହ ଟୁର୍ନାମେଣ୍ଟ ଶେଷ କରିବା ସହ ଅଗ୍ରଣୀ ରନ୍‌ ସଂଗ୍ରହକାରୀ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?