ହରପାର୍ବତୀଙ୍କ ବିବାହ ଲାଗି ଲଗ୍ନଧରା

ବାହାନଗା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ଖରିଦା ଗ୍ରାମରେ ଥିବା ବିଶାଳପୋଖରୀର ମା’ଶକ୍ତି ପୀଠ ପରିସରରେ ହରପାର୍ବତୀଙ୍କ ବିବାହ ନିମନ୍ତେ ଲଗ୍ନଧରା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। କନ୍ୟା ପିତା ଭାବେ ଖରିଦା ଗ୍ରାମ ନିବାସୀ ହୃଷିକେଶ ଓଝା ଓ ବର ପିତା ଭାବେ ଜୟୀନଗର ଗ୍ରାମର ନରହରୀ ନାୟକ ଦିନ ଓ ଲଗ୍ନ ଧରିଥିଲେ। ଏଥିରେ ଯୌତୁକ ଆକାରରେ ୭ହଳ ଷଣ୍ଢ,୧୨ହଳ ନାଗନାଗୁଣୀ,୫ଏକର ଶ୍ମଶାନକ ଜମି ଦେବାପାଇଁ କନ୍ୟା ପିତା ଶପଥ କରିଥିଲେ। ଏହି ଲଗ୍ନ ଧରା କାର୍ଯ୍ୟ ଦେଖିବା ପାଇଁ ବହୁ ଶ୍ରଦ୍ଧାଳୁ ଉପସ୍ଥିତ ଥିଲେ। ଖରିଦା ଗ୍ରାମବାସୀଙ୍କ ସମେତ ପଣ୍ଡିତ ଗୟାଧର ଶତପଥୀ, ଶତୃଘନ ନନ୍ଦ ଓ ଗଦାଧର ଶତପଥୀଙ୍କ ସହଯୋଗରେ ପୂଜାକାର୍ଯ୍ୟ ଶେଷ ହୋଇଥିଲା। ନିର୍ବନ୍ଧ ସମୟରେ କିର୍ତ୍ତନର ମୁଖ୍ୟ ବଂଶୀଧର ନାୟକ ଓ ତାଙ୍କ ସାଥି ଉପସ୍ଥିତ ରହି ସହଯୋଗ କରିଥିଲେ। ମା’ ଦୁର୍ଗାଙ୍କ ନିକଟରୁ ଆଜ୍ଞାମାଳ ଆସିବା ପରେ ନିର୍ବନ୍ଧ କାମ ଆରମ୍ଭ ହୋଇଥିଲା। ଆସନ୍ତା ଜୁନ୍‌ ୪ରେ ଶିବ ପାର୍ବତୀଙ୍କ ବିବାହ ଉସତ୍ବ ପାଳନ ହେବ ବୋଲି ଲଗ୍ନ ସ୍ଥିର ହୋଇଥିଲା। ବିଶ୍ୱଜିତ୍‌ ଦାସ, ବିଜୟା ନନ୍ଦ ବାରିକ୍‌, ତପନ କୁମାର ରାଉତଙ୍କ ସମେତ ଖରିଦା ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri