Posted inଖେଳ

ପାରିବାରିକ ସମସ୍ୟା ଚାପରେ କାନାଡ଼ା ଚାଲିଯିବା ନିଷ୍ପତ୍ତି ନେଇଥିଲେ ଏହି କ୍ରିକେଟର: ଭାଗ୍ୟ ବଦଳାଇଥିଲା କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ

ନୂଆଦିଲ୍ଲୀ,୧୬।୯: ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ସବୁଥର ଭଳି ଚଳିତ ଥର ମଧ୍ୟ କିଛି ପ୍ରତିଭାବାନ ଖେଳାଳିଙ୍କୁ ଦେଖିବାକୁ ମିଳିବ, ଯେଉଁମାନଙ୍କ ଖେଳ ଦର୍ଶକେ ଏଯାବତ ଦେଖିନାହାନ୍ତି। ସେଭଳି ଜଣେ ହେଲେ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବର ହରପ୍ରିତ ବ୍ରାର। ୨୦୧୯ରେ ଟିମ୍‌ ତାଙ୍କୁ କିଣିଥିଲେ ମଧ୍ୟ ତାଙ୍କୁ ବିଶେଷ ସୁଯୋଗ ମିଳିପାରି ନ ଥିଲା। ହେଲେ ଚଳିତ ଥର ତାଙ୍କଠାରୁ ଭଲ ପ୍ରଦର୍ଶନ ଆଶା କରାଯାଉଛି।

୧୯୯୫ ସେପ୍ଟେମ୍ବର ୧୬ରେ ଜନ୍ମିତ ପଞ୍ଜାବର ହରପ୍ରିତ ଏବେ ଯାଏ ଆଇପିଏଲ୍‌ରେ କେବଳ ୨ଟି ମ୍ୟାଚ୍‌ ଖେଳିଛନ୍ତି। ହେଲେ ଦଳ ତାଙ୍କୁ ପୁଣି ଥରେ ସୁଯୋଗ ଦେଇଛି। ବାମହାତୀ ଏହି ସ୍ପିନରଙ୍କୁ ଗତ ବର୍ଷ ୨୦ ଲକ୍ଷ ଟଙ୍କାରେ କିଣିଥିଲା କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ।

ତେବେ ହରପ୍ରିତଙ୍କ କ୍ୟାରିୟର କଷ୍ଟକର ରହିଆସିଛି। ସେ ୨୪ ବର୍ଷର ହେବା ବେଳେ ପରିବାରଲୋକେ ଚାକିରି କରିବା ପାଇଁ ଚାପ ପକାଉଥିଲେ। ମଧ୍ୟବିତ୍ତ ପରିବାର ହରପ୍ରିତଙ୍କ ବାପା ପଞ୍ଜାବ ପୋଲିସର ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ଅନ୍ୟପଟେ ଲଗାତାର ଅସଫଳତା ଯୋଗୁ ଆଉ କ୍ରିକେଟରେ କିଛି ବାକି ନ ଥିବା ଭଳି ଲାଗିଥିଲା। ଫଳରେ ସେ କାନାଡ଼ା ଚାଲିଯିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ଶେଷ ସମୟରେ ପ୍ରିତି ଜିଣ୍ଟାଙ୍କ ନଜର ତାଙ୍କ ଉପରେ ପଡ଼ିଥିଲା। କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ ପାଇଁ ୨୦୧୯ରେ ତାଙ୍କୁ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri