ହରପ୍ରୀତ ସିଂ ଆଲାଏନ୍ସ ଏୟାର ସିଇଓ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ସହଯୋଗୀ କମ୍ପାନୀ ଆଲାଏନ୍ସ ଏୟାରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଭାବେ ହରପ୍ରୀତ ସିଂ ଅବସ୍ଥାପିତ ହୋଇଛନ୍ତି। ଭାରତୀୟ ବିମାନ ଶିଳ୍ପରେ ଏକ କମ୍ପାନୀର ମଙ୍ଗ ସମ୍ଭାଳିବାରେ ସେ ହେଉଛନ୍ତି ପ୍ରଥମ ମହିଳା। ସିଂ ବର୍ତ୍ତମାନ ଏୟାର ଇଣ୍ଡିଆର ବିମାନ ନିରାପତ୍ତା ବିଭାଗ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ନୂଆ ପଦୋନ୍ନତି ପରେ ସିଂଙ୍କ ସ୍ଥାନରେ କମ୍ପାନୀର ବରିଷ୍ଟ କମାଣ୍ଡର କ୍ୟାପଟେନ ନିବେଦିତା ଭାସିନଙ୍କୁ ନିଯୁକ୍ତି ଦିଆଯାଇଛି। ୧୯୮୮ରେ ଏୟାର ଇଣ୍ଡିଆରେ ପ୍ରଥମ ମହିଳା ପାଇଲଟ ଭାବେ ସିଂ ଯୋଗଦେଇଥିଲେ। ବିଭିନ୍ନ ସ୍ବାସ୍ଥ୍ୟଗତ କାରଣରୁ ପାଇଲଟ ଭାବେ ବେଶି ଦିନ କାର୍ଯ୍ୟ କରି ପାରି ନ ଥିଲେ ମଧ୍ୟ ବିମାନ ନିରାପତ୍ତା କ୍ଷେତ୍ରରେ ସେ ବେଶ୍‌ କ୍ରିୟାଶୀଳ ରହି ଆସିଛନ୍ତି। ସେ ମହିଳା ପାଇଲଟ ଆସୋସିଏଶନର ମୁଖ୍ୟ ଭାବେ କାର୍ଯ୍ୟ କରିବା ସହ ଅନେକଙ୍କ ଲାଗି ପ୍ରେରଣାର ଉତ୍ସ ହୋଇ ପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri