Posted inଜାତୀୟ

ଗଡ଼କରୀଙ୍କ କଡ଼ା ସମାଲୋଚନା, ସରକାର ଠିକ ସମୟରେ ନେଉ ନାହାନ୍ତି ନିଷ୍ପତ୍ତି…

ମୁମ୍ବାଇ, ୨୩।୮ : କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ପୁଣିଥରେ କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ଏନଡ଼ିଏ ସରକାରଙ୍କ କାର୍ଯ୍ୟ ଉପରେ ପ୍ରଶ୍ନ କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଗଡକରୀ କହିଛନ୍ତି ଯେ ସରକାର ଠିକ ସମୟରେ ନିଷ୍ପତ୍ତି ନେଉନାହାଁନ୍ତି ଏବଂ ଏହା ଏକ ସମସ୍ୟା ପାଲଟିଛି। କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ସରକାର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିପାରିବେ,. ଏବଂ ଏହା କରିବାର ସାମର୍ଥ୍ୟ ମଧ୍ୟ ଅଛି। ମୁଁ ବିଶ୍ୱାସ କରେ ଯେ ଭାରତୀୟ ଭିତ୍ତିଭୂମିର ଭବିଷ୍ୟତ ଉଜ୍ଜ୍ୱଳ ଅଟେ। ଆମକୁ ଭଲ ଟେକ୍ନୋଲୋଜି, ଉତ୍ତମ ଉଦ୍ଭାବନ, ଉତ୍ତମ ଗବେଷଣା ଏବଂ ସଫଳ ଅଭ୍ୟାସ ଗ୍ରହଣ କରିବା ଆବଶ୍ୟକ। ଆମର ବିକଳ୍ପ ସାମଗ୍ରୀ ରହିବା ଉଚିତ ଯାହା ଦ୍ୱାରା ଗୁଣବତ୍ତା ଉପରେ ଆପୋଷ ବୁଝାମଣା ନକରି ଆମେ ମୂଲ୍ୟ ହ୍ରାସ କରିପାରିବା।

ଉତ୍ପାଦନରେ ସମୟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜିନିଷ। ସମୟ ହେଉଛି ସବୁଠାରୁ ବଡ ପୁଞ୍ଜି। ତେବେ ସବୁଠାରୁ ବଡ ସମସ୍ୟା ହେଉଛି ସରକାର ଏହାକୁ ଗ୍ରହଣ କରୁନାହାଁନ୍ତି। ଠିକ ସମୟରେ ନିଷ୍ପତ୍ତି ନିଆଯାଉ ନାହିଁ। ଆସୋସିଏଶନ ଅଫ କନ୍ସଲ୍ଟିଂ ସିଭିଲ ଇଞ୍ଜିନିୟର୍ସ ମୁମ୍ବାଇ ଦ୍ୱାରା ଆୟୋଜିତ ନାଟକୋନ-୨୦୨୨ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଯେ ଟେକ୍ନୋଲୋଜି କିମ୍ବା ଉତ୍ସ ଅପେକ୍ଷା ସମୟ ଅଧିକ ଗୁରୁତ୍ୱପୂର୍ଣ୍ଣ। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ମନ୍ତବ୍ୟ ଏବଂ ଏବେ ଗଡକରୀ ବିବୃତିରେ ପାର୍ଥକ୍ୟ ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ସ୍ବାଧୀନତାର ଅମୃତ ମହୋତ୍ସବ ଅବସରରେ ଦୋ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବା ସହିତ ସରକାରଙ୍କ ସଫଳତା ବିଷୟରେ ଉଲ୍ଲେଖ କରିଥିଲେ। ତେବେ ଭାଜପା ନେତାମାନେ କହିଛନ୍ତି ଯେ ଗଡକରୀଙ୍କ ଏହି ମନ୍ତବ୍ୟ ସାଧାରଣ ଭାବେ କୁହାଯାଇଛି।

ଏହା ଭାଜପା ସରକାରଙ୍କ ପାଇଁ କୁହାଯାଇ ନାହିଁ। ଭାଜପା ସଂସଦୀୟ ବୋର୍ଡ ନୂତନ ଭାବରେ ଗଠିତ ହୋଇଛି। ଏଥିରେ ଗଡକରୀଙ୍କୁ ସ୍ଥାନ ଦିଆଯାଇ ନାହିଁ। ଏହି ଗୁରୁତ୍ୱପୂର୍ଣ୍ଣ କମିଟିରୁ ଗଡକରୀଙ୍କ ବିଦାୟ ଆଶ୍ଚର୍ଯ୍ୟଜନକ। ସେ ନରେନ୍ଦ୍ର ମୋଦି କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀ। ସେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇଛନ୍ତି। ସାଧାରଣତଃ ଦଳ ନିଷ୍ପତ୍ତି ନେବା ପ୍ରକ୍ରିୟାରେ ଏହାର ପୂର୍ବତନଅଧ୍ୟକଙ୍କୁ ଜଡିତ କରିଥାଏ। ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, ଗଡକରୀ ଭାଜପାର ଆଦର୍ଶବାଦୀ ବୈଚାରିକ ସଂସ୍ଥା ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ (ଆରଏସଏସ) ର ନିକଟତର ମଧ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri