Posted inଖେଳ

ହର୍ଷିତ ରଞ୍ଜନ ଚାମ୍ପିୟନ

ଭୁବନେଶ୍ୱର, ୪ା୧୨ (ବିଜୟ ରଣା): ରୟାଲ ପବ୍ଲିକ ସ୍କୁଲ କେସୁରା ଓ ଭୁବନେଶ୍ୱର ଚେସ୍‌ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୧୬ତମ ସନ୍ଦୀପ ମେମୋରିଆଲ ରାଜ୍ୟ ଓପନ ଚେସ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ କଟକସ୍ଥିତ ସେଣ୍ଟ ଜାଭିୟର୍ସ ସ୍କୁଲର ହର୍ଷିତ ରଞ୍ଜନ ସାହୁ ୪.୫ ପଏଣ୍ଟ ସହ ପ୍ରଥମ ସ୍ଥାନ ଅଧିକାର କରି ଚାମ୍ପିୟନ ହୋଇଥିବା ବେଳେ କଟକ, ଓଲ୍ଡ ଷ୍ଟିଓ୍ବାର୍ଟ ସ୍କୁଲର ଲଳିତ ରଞ୍ଜନ ସାହୁ (୪.୫ପଏଣ୍ଟ) ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଯଥାକ୍ରମେ ୩ୟରୁ ୧୦ମ ସ୍ଥାନ ଅଧିକାର କରିଥିବା ଖେଳାଳିମାନେ ହେଲେ ରବୀନ୍ଦ୍ର ସାହୁ (କଳାହାଣ୍ଡି), ରବୀନ୍ଦ୍ର କୁମାର ଓଝା (କଟକ), ସୌମ୍ୟରଞ୍ଜନ ମିଶ୍ର (ଭୁବନେଶ୍ୱର), ପ୍ରକାଶଚନ୍ଦ୍ର ସାହୁ (ଦାଣ୍ଡମୁକୁନ୍ଦପୁର), ସୃଜନ ପ୍ରଣୟୀ ରାୟ (ଭୁବନେଶ୍ୱର), ସ୍ବସ୍ତିକ ରଞ୍ଜନ ସ୍ବାଇଁ, ମଣ୍ଟୁ ଲୁହା ଓ ଆୟୂଷମାନ ବେହେରା। ସେହିପରି ୭ବର୍ଷରୁ କମ୍‌ ବୟସ ବର୍ଗରେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ଖେଳାଳି ହେଲେ ସତ୍ୟନାରାୟଣ ସ୍ବାଇଁ ଓ ଆଦିତ୍ୟ ଶଙ୍କର ବେହେରା। ୯ ବର୍ଷରୁ କମ୍‌ ବିଭାଗରେ ସାକେତ କୁମାର ମାଇତି ଓ ବିନୟ ଆଶୁତୋଷ ମହାରଣା ପ୍ରଥମ ଓ ଦ୍ୱିତୀୟ ହୋଇଛନ୍ତି। ୧୧ବର୍ଷରୁ କମ୍‌ ବିଭାଗରେ ପ୍ରତୀକ କୁଶାଲ ରାଉତ ପ୍ରଥମ ଓ ସତ୍ୟମ୍‌ ସ୍ବରୂପ ସାହୁ ଦ୍ୱିତୀୟ ହୋଇଛନ୍ତି। ୧୩ ବର୍ଷରୁ କମ୍‌ ବିଭାଗରେ ଆଦିତ୍ୟ ନାରାୟଣ ମହାନ୍ତି ଓ ସାତ୍ତ୍ୱିକ ପଟ୍ଟନାୟକ ଯଥାକ୍ରମ ପ୍ରଥମ ଓ ଦ୍ୱିତୀୟ ହୋଇଛନ୍ତି। ବାଳିକା ବିଭାଗରେ ସାନଭି ପଣ୍ଡା ଓ ଶାନ୍‌ଭି ମହାପାତ୍ର ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। କେଶୁରା, ରୟାଲ ପବ୍ଲିକ ସ୍କୁଲ, ପ୍ରିନ୍ସିପାଲ ସର୍ବେଶ୍ୱର ସାମଲ ଚାମ୍ପିୟନଶିପ୍‌ର ଉଦ୍‌ଘାଟନ କରିଥିଲେ। ପୁରସ୍କାର ବିତରଣ ଉତ୍ସବରେ ଅତିଥି ଭାବେ ଉପସ୍ଥିତ ଥିଲେ ରୟାଲ ପବ୍ଲିକ ସ୍କୁଲର ଭାଇସ୍‌ ପ୍ରିନ୍ସିପାଲ ପ୍ରଜ୍ଞା ପରିମିତା ସାହ ଓ ମ୍ୟାନେଜର ଅଜୟ କୁମାର ଦାସ, ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଏବଂ ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଯୁଗ୍ମ ସମ୍ପାଦକ ସୁରିନ୍ଦରନାଥ ମହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri