ମାଓ୍ବରାଙ୍କ ସହ କାମ କରିବାକୁ ମନା କରିଦେଲେ ହର୍ଷବର୍ଦ୍ଧନ, ରାଗରେ ନିଆଁବାଣ ହେଲେ…

ମୁମ୍ବାଇ: ‘ସନମ୍‌ ତେରି କସମ୍‌’ ଫିଲ୍ମଟି ରିଲିଜରେ କମାଲ ଦେଖାଇ ପାରି ନ ଥିଲା। ହେଲେ ପରେ ଏହାର ପ୍ରଶଂସକଙ୍କ ସଂଖ୍ୟା ବଢ଼ିବାରୁ ଏହାକୁ ପୁଣିଥରେ ରିଲିଜ କରାଯାଇଥିଲା। ସେବେଠୁ ଫିଲ୍ମର ଦ୍ୱିତୀୟ ଭାଗ ଆସିବା ନେଇ ନିର୍ମାତା ଘୋଷଣା କରିଥିଲେ। ହେଲେ ଏବେ ଫିଲ୍ମ ଉପରେ ଭାରତ ପାକିସ୍ତାନ ମଧ୍ୟରେ ଚାଲିଥିବା ତିକ୍ତତାର ପ୍ରଭାବ ପଡ଼ିଛି।

ଭାରତର ପାକ୍‌ ବିରୋଧୀ ଅଭିଯାନକୁ ନେଇ ସେଠାକାର କଳାକାରମାନେ ବିଷ ଓଗାଳୁଛନ୍ତି। ଏହି କ୍ରମରେ ବାଦ୍‌ ପଡ଼ିନାହାନ୍ତି ଅଭିନେତ୍ରୀ ମାଓ୍ବରା ହୁସୈନ। ଫିଲ୍ମର ପ୍ରଥମ ଭାଗରେ ତାଙ୍କ ଅଭିନୟ ପ୍ରଶଂସନୀୟ ଥିଲା। ଏଣୁ ପୁଣିଥରେ ଅଭିନେତା ହର୍ଷବର୍ଦ୍ଧନଙ୍କ ତାଙ୍କ ରୋମାନ୍ସ ଦେଖିବାକୁ ମିଳିବ ବୋଲି କୁହାଯାଉଥିଲା। ଏବେ ସେଥିରେ ଏକପ୍ରକାର ପୂର୍ଣ୍ଣଚ୍ଛେଦ ପଡ଼ିଛି।

ମାଓ୍ବରା ଭାରତର କାର୍ଯ୍ୟାନୁଷ୍ଠାନକୁ ବର୍ବୋରଚିତ କହିଥିଲେ। ଏପରିକି ଏହାଦ୍ୱାରା ତାଙ୍କ ଦେଶର ନିରୀହ ଲୋକେ, ପିଲାମାନଙ୍କ ମୃତ୍ୟୁ ହେଉଥିବା ସେ କହିଥିଲେ। ହେଲେ ହର୍ଷବର୍ଦ୍ଧନ ଏହାକୁ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆରେ ଏକ ଷ୍ଟୋରୀରେ ସେ ଲେଖିଛନ୍ତି ଯେ ମୁଁ ସମସ୍ତ ପ୍ରଶଂସା ଲାଗି ଖୁସି। ହେଲେ ଯେଉଁଭଳିର ସ୍ଥିତି ଏବେ ରହିଛି ଏବଂ ମୋ’ ଦେଶ ବିରୋଧରେ କମେଣ୍ଟ ଦିଆଯାଇଛି, ତା ପରେ ମୁଁ ନିଷ୍ପତ୍ତି ନେଇଛି ଯେ ଯଦି ‘ସନମ ତେରି କସମ ୨’ର ପୁରୁଣା କଳାକାରଙ୍କୁ ନିଆଯାଏ ତେବେ ମୁଁ ଏହାକୁ କରିବି ନାହିଁ।

ତେବେ ଏହି ପୋଷ୍ଟ ଜରିଆରେ ମାଓ୍ବରାଙ୍କ ସହ ଅଭିନୟ କରିବାକୁ ହର୍ଷବର୍ଦ୍ଧନ ସିଧାସଳଖ ମନା କରିଦେଇଛନ୍ତି। ଏହାକୁ ନେଇ ଅଭିନେତ୍ରୀ ମଧ୍ୟ ପୁଣିଥରେ ପ୍ରତିକ୍ରିୟା ରଖି ଏହାକୁ ପିଆର୍‌ ଷ୍ଟଣ୍ଟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri