ବର୍ଷା ପାଣିରେ ବୁଡିଲା ଅମଳ ଧାନ

ଛତ୍ରପୁର,୨୧ା୧୨(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ ଗତ ୩ଦିନ ହେଲା ଅଦିନିଆ ବର୍ଷା ଲାଗି ରହିଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅନ୍ୟପକ୍ଷରେ ଅମଳ ହୋଇଥିବା ଧାନ ବର୍ଷା ପାଣିରେ ବୁଡି ରହିଛି । କେଉଁଠି ଧାନ କଟା ହୋଇନି ତ ଆଉ କେଉଁଠି ଧାନକଟା ହୋଇ ବିଲରେ ପଡିଛି । ପାଣିରେ ବୁଡି ଥିବାରୁ ଧାନ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି । ଏହାକୁ ନେଇ ଚାଷୀଙ୍କ ଚିନ୍ତା ବଢିଛି ।

ଦିନକ ପରେ ଅର୍ଥାତ୍‌ ୨୩ ତାରିଖରୁ ଜିଲାରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହେବ । ଚଳିତ ବର୍ଷ ଜିଲାରେ ଭଲ ଧାନ ହୋଇଥିଲା। ଏଥିସହ ସରକାର ଇନପୁଟ ସବସିଡି ବୃଦ୍ଧି କରିଥିବାରୁ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାରେ ବିକ୍ରି କରି କିଛି ଲାଭବାନ ହେବ ବୋଲି ଚାଷୀକୂଳ ଆଶା ରଖିଥିଲା। ତେବେ ଏହି ଆଶା ମଉଳିବା ଆଶଙ୍କା ଦେଖାଦେଲାଣି । ବର୍ତ୍ତମାନ ଜମିରେ ବର୍ଷା ପାଣି ଜମିଛି। ଧାନ କଳେଇ ଗୁଡିକରେ ଗଜା ହୋଇଯିବା ଆଶଙ୍କା ଦେଖାଦେଇଛି। ପୁଣି ଜିଲାରେ ସମ୍ପୂର୍ଣ୍ଣ ଧାନ କଟା ହୋଇନି । ଜମି କାଦୁଆ ରହିଛି । ଜମି ଶୁଖିଲା ପରେ ଯାଇ ଧାନ କଟାଯାଇପାରିବ। ଯାହାକି ୭ ଦିନ ସମୟ ଦରକାର । ସେତବେଳେକୁ ଧାନ କେଣ୍ଡା ଗୁଡିକ ଝଡି ତଳେ ପଡିଯିବ। ଯାହାକୁ କି ସଂଗ୍ରହ କରିବା ଚାଷୀ ପାଇଁ କଷ୍ଟକର ହୋଇପଡିବ । ଶୀତ ଦିନରେ ଅଦିନିଆ ବର୍ଷା ଯୋଗୁ ଧାନ ଫସଲ ଜିଲାରେ ବ୍ୟାପକ ନଷ୍ଟ ହେବାର ଆଶଙ୍କା ଥିବା ଋଷିକୁଲ୍ୟା ରୟତ ମହାସଭାର ସମ୍ପାଦକ ସିମାଂଚଳ ନାହାକ କହିଛନ୍ତି।

ସୂଚନାଯୋଗ୍ୟ, ଚଳିତବର୍ଷ ଜିଲାର ୧ ଲକ୍ଷ ୪୬ ହଜାର ଜଣ ଚାଷୀ ଖରିଫ ଧାନ ସରକାରୀ ସଂସ୍ଥାକୁ ବିକ୍ରି କରିବା ପାଇଁ ଆଗୁଆ ପଞ୍ଜୀକୃତ ହୋଇଛନ୍ତି। ଚାଷୀଙ୍କ ଠାରୁ ଧାନ କିଣିବା ପାଇଁ ପ୍ରଶାସନ ପ୍ରସ୍ତୁତ ରହିଥିବା ବେଳେ ଅଦିନିଆ ବର୍ଷା ଧାନ ଫସଲ ଉପରେ ଦାଉ ସାଧିଛି ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri