Posted inଜାତୀୟ

ମୁଁ ମୁହଁ ଖୋଲିଲେ, ସୃଷ୍ଟି ହେବ ଝଡ

ନୂଆଦିଲ୍ଲୀ,୭।୯: ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ କୁସ୍ତି ଖେଳାଳି ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଭାଜପାର ପୂର୍ବତନ ଏମ୍‌ପି ତଥା ପୂର୍ବତନ ଡବ୍ଲୁଏଫଆଇ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂ ଏହା ଉପରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ଭିନେଶ ଏବଂ ବଜରଙ୍ଗ ପୁନିଆ କଂଗ୍ରେସରେ ଯୋଗଦେବା ପରେ ସେମାନଙ୍କର ସତ୍ୟତା ସାମ୍ନାକୁ ଆସିଛି।
ଏକ ସାକ୍ଷାତକାରରେ ସେ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି, ରାହୁଲ-ପ୍ରିୟଙ୍କା ଗାନ୍ଧୀ ଯୋଡ଼ି ଦୀପେନ୍ଦ୍ର ହୁଡାଙ୍କ ଆଗକୁ ଆଣି ଏହି ଷଡଯନ୍ତ୍ର ରଚିଛନ୍ତି। ଏହି ଲୋକମାନେ ଝିଅମାନଙ୍କୁ ବ୍ୟବହାର କରିଛନ୍ତି।
ବ୍ରିଜ ଭୂଷଣ ଶରଣ ସିଂ କହିଛନ୍ତି, କଂଗ୍ରେସ ଦଳରେ ଯୋଗଦେବା ପରେ ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆର ସତ୍ୟତା ଲୋକଙ୍କ ସାମ୍ନାରେ ଆସିଛି। ଏହି ଲୋକଙ୍କ ମାଧ୍ୟମରେ ମୋ ବିରୋଧରେ, ଭାଜପା ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଏକ ଷଡଯନ୍ତ୍ର ରଚିଥିଲେ। ରାହୁଲ-ପ୍ରିୟଙ୍କା ଗାନ୍ଧୀ ଯୋଡି ଦେବେନ୍ଦ୍ର ହୁଡାଙ୍କୁ ଆଗେଇ ନେଇ ଏହି ଷଡଯନ୍ତ୍ର ରଚିଥିଲେ। ଏହି ଲୋକମାନେ ରାଜନୀତି ପାଇଁ ନିଜ ଝିଅମାନଙ୍କୁ ମଧ୍ୟ ରକ୍ଷା କରିନାହାଁନ୍ତି, ସେମାନେ ମଧ୍ୟ ବ୍ୟବହାର କରିଛନ୍ତି।
ଉତ୍ତରପ୍ରଦେଶରେ ଲୋକ ସଭା ନିର୍ବାଚନରେ ଭାଜପାର ପରାଜୟ ସମ୍ପର୍କରେ ସେ କହିଛନ୍ତି, ମୁଁ ଏହି ଫଳାଫଳ ଆଗକୁ ଜାଣିସାରିଥିଲି। ଯଦି ମୁଁ ମୁହଁ ଖୋଲିବି, ଏକ ଝଡ଼ ସୃଷ୍ଟି ହେବ। ଭୁଲ ଜାଣିଶୁଣି କରାଯାଇଛି। ଏହି କାରଣରୁ ଆମେ ହାରିଗଲୁ। ଏଥିରେ ଅଧିକାରୀଙ୍କ ମଧ୍ୟ ହାତ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri