Posted inଜାତୀୟ

ବଦଳିପାରେ ହରିୟାଣା ବିଧାନସଭା ନିର୍ବାଚନ ତାରିଖ, ନିର୍ବାଚନ କମିଶନର କରିବେ ବଡ଼ ଘୋଷଣା!

ଚଣ୍ଡିଗଡ,୨୫।୮: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି। ସୂଚନା ମୁତାବକ ନିର୍ବାଚନ ତାରିଖରେ ପରିବର୍ତ୍ତନ ହୋଇପାରେ। ନିର୍ବାଚନ କମିଶନର ଏନେଇ ପୁଣିଥରେ ବିଚାର କରିପାରନ୍ତି। ଶନିବାର ଭାଜପା ନେତା ତଥା ହରିୟାଣା ଭାଜପା ରାଜ୍ୟ ସଭାପତି ମୋହନ ଲାଲ ବଡୋଲି ଇସିଙ୍କୁ ଏକ ଚିଠି ଲେଖି ଭୋଟିଂ ତାରିଖ ବଦଳାଇବାକୁ ଦାବି କରିଛନ୍ତି। ଚିଠିରେ କୁହାଯାଇଛି ଯେ ହରିୟାଣାରେ ଭୋଟ ଦେବାର ତାରିଖ ଅକ୍ଟୋବର ୧ ଓ ୪ ରହିଛି। ତେଣୁ ଛୁଟିଦିନ ଯୋଗୁ ଭୋଟ ହାରରେ ହ୍ରାସ ଘଟିପାରେ।

ବାଡୋଲି କହିଛନ୍ତି, ସେପ୍ଟେମ୍ବର ୨୮ ତାରିଖ ଶନିବାର ଏବଂ ସେପ୍ଟେମ୍ବର ୨୯ ରବିବାର। ଅକ୍ଟୋବର ୨ ରେ ଗାନ୍ଧୀ ଜୟନ୍ତୀ ଛୁଟି ଥିବାବେଳେ ଅକ୍ଟୋବର ୧ ତାରିଖରେ ମତଦାନ ଅନୁଷ୍ଠିତ ହେବ। ୩ ଅକ୍ଟୋବରରେ ଉଗ୍ରସେନ ଜୟନ୍ତୀ ଛୁଟିଦିନ ଅଛି।

ଇସିଙ୍କୁ ଭାଜପା ଲେଖିଥିବା ଚିଠିରେ ଭୁପିନ୍ଦର ସିଂ ହୁଡା କହିଛନ୍ତି, ନିର୍ବାଚନ ସୂଚୀ ଘୋଷଣା ହେବାର ଏକ ସପ୍ତାହରୁ ଅଧିକ ସମୟ ବିତିଯାଇଛି। କାହିଁକି ଏତେ ଦିନ ପର୍ଯ୍ୟନ୍ତ ଭାଜପା ଚୁପ ରହିଥିଲା? ଏଥିସହ ଦୀପନ୍ଦର ସିଂ ହୁଡା କହିଛନ୍ତି ଯେ ନିର୍ବାଚନକୁ ସ୍ଥଗିତ ରଖିବା ପାଇଁ ହରିୟାଣା ଭାଜପା ଇସିଙ୍କୁ ଏକ ଚିଠି ଲେଖିଛି, ଯାହା ଦର୍ଶାଉଛି ଯେ ଭାଜପା ନିର୍ବାଚନକୁ ନେଇ କେତେ ନର୍ଭସ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri