Posted inଜାତୀୟ

କୃଷକଙ୍କ ସମର୍ଥନରେ ଦଳ ଛାଡିଲେ ଭାଜପା ନେତା !

ସିରସା,୪ ।୧୨: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି କୃଷକମାନେ କରିଥିବା ଆନ୍ଦୋଳନ ବେଳକୁ ବେଳ ରାଜନୈତିକ ରୂପ ନେବାରେ ଲାଗିଛି । ପ୍ରଥମେ କୃଷକଙ୍କୁ ସମର୍ଥନ କରି ପଞ୍ଜାବର ମୁଖ୍ୟମନ୍ତ୍ରୀ ପଦ୍ମ ପୁରସ୍କାର ଫେରାଇ ଦେଇଥିବା ବେଳେ ଏବେ ସାହିତ୍ୟିକମାନେ ମଧ୍ୟ ସେମାନଙ୍କ ପୁରସ୍କାର ଫେରାଇ ଦେଇଛନ୍ତି । ତେବେ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ବିରୋଧରେ ପ୍ରଦର୍ଶନ ଜାରି ରହିଥିବା ବେଳେ ଭାଜପାର ଜଣେ ନେତା କୃଷକଙ୍କୁ ସମର୍ଥନ କରି ଦଳ ଛାଡିବା ରାଜନୀତିକୁ କରିଛି ଆହୁରି ସରଗରମ । ସୂଚନାନୁଯାୟ, କୃଷକଙ୍କୁ ସମର୍ଥନ କରି ହରିୟାଣାର ପୂର୍ବତନ ଜଳସେଚନ ମନ୍ତ୍ରୀ ଜଗଦିଶ ନେହେରାଙ୍କ ପୁଅ ତଥା ଭାଜପା ନେତା ସୁରେନ୍ଦ୍ର ନେହେରା ଭାଜପା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ଏବେ ସେ କୃଷକଙ୍କ ଆନ୍ଦୋଳନରେ ସାମିଲ ହେବେ ବୋଲି କହିଛନ୍ତି । ସୁରେନ୍ଦ୍ର ନେହେରା କହିଛନ୍ତି ପ୍ରଥମେ ସେ ଜଣେ କୃଷକ ପରେ ଜଣେ ରାଜନେତା । ସେ ସରକାରଙ୍କୁ ଅନୁରୋଧ କରିଛନ୍ତି ସରକାର କୃଷକଙ୍କ ଦାବି ମାନି ନିଅନ୍ତୁ । ସେ କାହାର ନାଁ ନ ନେଇ କହିଛନ୍ତି ଯେଉଁମାନେ କୃଷକଙ୍କ ପାଇଁ ନିର୍ବାଚନ ଜିତିଛନ୍ତି ସେମାନେ ଏବେ କୃଷକଙ୍କ ସମର୍ଥନରେ ଆସୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri