Posted inଜାତୀୟ

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା, ଟିକେଟ ନ ପାଇ ଦଳ ଛାଡିଲେ ୨ ବଡ଼ ନେତା

ଚଣ୍ଡିଗଡ,୫।୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପାର ତାଲିକା ପ୍ରକାଶ ପାଇବା ମାତ୍ରେ ନେତାଙ୍କ ବିଦ୍ରୋହୀ ମନୋଭାବ ସାମ୍ନାକୁ ଆସିବା ଆରମ୍ଭ କରିଛି। ଟିକେଟ ନ ପାଇ ରାଗିଯାଇ ରାତିଆ ବିଧାୟକ ଲକ୍ଷ୍ମଣ ନାପା ଦଳରୁ ଇସ୍ତଫା ଦେଇଛନ୍ତି। ଏଥି ସହ ହରିୟାଣା ଭାଜପାର ରାଜ୍ୟ ସଭାପତି କିସାନ ମୋର୍ଚ୍ଚା ସୁଖବିନ୍ଦର ମାଣ୍ଡି ମଧ୍ୟ ଦଳ ଛାଡିବା ସହ ଇସ୍ତଫା ଦେଇଛନ୍ତି।

ଭାଜପାର ପ୍ରଥମ ତାଲିକା ପ୍ରକାଶ ପାଇବା ପରେ ଦଳରେ ବିଦ୍ରୋହ ତୀବ୍ର ହେବାରେ ଲାଗିଛି। ପୂର୍ବତନ ଏମ୍‌ପି ସୁନୀତା ଦୁଗଲଙ୍କୁ ରାତିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ଟିକେଟ ଦିଆଯିବାରୁ ରାତିଆ ବିଧାୟକ ଲକ୍ଷ୍ମଣ ନାପା ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାକୁ ଦଳର ରାଜ୍ୟ ସଭାପତି ମୋହନ ଲାଲ ବାଡୋଲିଙ୍କ ନିକଟକୁ ପଠାଇଛନ୍ତି।

ସୁନୀତା ଦୁଗଲ ୨୦୧୪ରେ ଆଇଆରଏସର ସରକାରୀ ଚାକିରି ଛାଡି ରାଜନୀତିରେ ପ୍ରବେଶ କରିଥିଲେ। ୨୦୧୪ରେ ଭାଜପା ତାଙ୍କୁ ରାତିଆରୁ ପ୍ରାର୍ଥୀ କରିଥିଲା। କିନ୍ତୁ ସେ INLD ପ୍ରାର୍ଥୀ ରବିନ୍ଦ୍ର ବାଲିଆଲାଙ୍କ ଠାରୁ ମାତ୍ର ୪୫୩ ଭୋଟରେ ହାୀଯାଇଥିଲେ।

ଲକ୍ଷ୍ମଣ ନାପା ଭାଜପାରୁ ଇସ୍ତଫା ଦେବା ପରେ ସେ କଂଗ୍ରେସରେ ଯୋଗଦେବା ନେଇ ଆଲୋଚନା ଆରମ୍ଭ ହୋଇଛି। ସେ ପୂର୍ବତନ ସିଏମ ଭୁପେନ୍ଦ୍ର ସିଂ ହୁଡାଙ୍କୁ ଭେଟି କଂଗ୍ରେସରେ ଯୋଗ ଦେଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?