Posted inଜାତୀୟ

ଉତ୍ତରାଖଣ୍ଡ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିକୁ ୧୧ କୋଟି ଟଙ୍କା ଦାନ କଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୯ ।୨: ଉତ୍ତରାଖଣ୍ଡ ଚାମୋଲିରେ ହିମସ୍ଖଳନ ପରେ ସୃଷ୍ଟି ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟ ପରେ ଏବେ ସମ୍ପୂର୍ଣ୍ଣ ନଜର ରହିଛି ଉଦ୍ଧାର କାର୍ଯ୍ୟ ଉପରେ । ସବୁଠାରୁ ଅଧିକ ଅସୁବିଧା ତପୋବନ ଟନେଲ ନିକଟରେ ଦେଖା ଦେଇଛି । କାରଣ ଏଠାରେ ପାଖାପାଖି ୩୫ ଲୋକ ଫସି ରହିଥିବା ଅନୁମାନ କରାଯାଉଛି । ସୁଡଙ୍ଗ ମାଟି କାଦୁଅରେ ଭର୍ତ୍ତି ହୋଇରହିଛି । ଏହି ଘଟଣାରେ ସେଠାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଏପର୍ଯ୍ୟନ୍ତ ଏଥିରେ ୨୯ ଜଣଙ୍କ ମୃତଦେହ ଉଦ୍ଧାର କରାଗଲାଣି । ଆହୁରି ପାଖାପାଖି ୧୧୭ ଜଣ ନିଖୋଜ ଥିବା କୁହାଯାଉଛି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ତ୍ରିଭେ୍‌ଦ୍ର ସିଂ ରାୱତ ହେଲିକପ୍ଟରରେ ଯାଇ ସ୍ଥିତିର ସମିକ୍ଷା କରିଛନ୍ତି । ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ପୀଡ଼ିତଙ୍କୁ ସହାୟତା ଯୋଗାଇ ଦେବାକୁ କହିଛନ୍ତି । ଅନ୍ୟପଟେ ଉତ୍ତରାଖଣ୍ଡର ଏହି ବିପତ୍ତି ସମୟରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ୧୧ କୋଟି ଟଙ୍କା ଦାନ କରିଛନ୍ତି । ହରିୟାଣା ସୂଚନା ଲୋକ ସମ୍ପର୍କ ବିଭାଗର ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପାଣ୍ଠିକୁ ଉତ୍ତରାଖଣ୍ଡ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିକୁ ଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କୁ ନାଲି ଆଖି ଦେଖାଉଛନ୍ତି ନେତାନ୍ୟାହୁ ! ଶାନ୍ତି ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରି କହିଲେ -‘ଯେପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ…’

ଜେରୁଜେଲମ,୧୬।୬: ଦୀର୍ଘ ଆଲୋଚନା ପରେ, ଆମେରିକା ଏବଂ ଇରାନ ଏକ ଶାନ୍ତି ଚୁକ୍ତିନାମା ଘୋଷଣା କରିଥିଲେ। ତଥାପି, ଇସ୍ରାଏଲ ଆମେରିକା-ଇରାନ ଚୁକ୍ତିନାମାରେ ଗଭୀର ଅସନ୍ତୁଷ୍ଟ ଥିବା ପରି…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri