ଆଜି ହରିୟାଣା ସରକାରଙ୍କ ଶପଥ ଗ୍ରହଣରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର): ହରିୟାଣାରେ ଭାଜପା ନେତୃତ୍ୱାଧୀନ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହେବେ। ଏନେଇ ମୁଖ୍ୟମନ୍ତ୍ରୀ ବୁଧବାର ୪ ଦିନିଆ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ହରିୟାଣା ଏବଂ ବମ୍ବେ ଗସ୍ତ କରିବେ। ଏହାସହ ଚଣ୍ଡିଗଡ଼ ଠାରେ ହେବାକୁ ଥିବା ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ମଧ୍ୟ ସେ ଯୋଗଦେବା କାର୍ଯ୍ୟକ୍ରମ ଅଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଚଣ୍ଡିଗଡ଼ଠାରେ ୧୭ ତାରିଖରେ ହରିୟାଣାର ନବନିର୍ବାଚିତ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ। ଅପରାହ୍ନରେ ଚଣ୍ଡିଗଡ଼ଠାରେ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ସାମିଲ ହେବେ। ଏହାପରେ ମୁଖ୍ୟମନ୍ତ୍ରୀ ବମ୍ବେ ଗସ୍ତରେ ଯାଇ ୧୮ ତାରିଖ ଅପରାହ୍ନ ଓ ୧୯ ତାରିଖ ପୂର୍ବାହ୍ନରେ ମୁମ୍ବାଇର ଏକ ତାରକା ହୋଟେଲରେ ଆୟୋଜିତ ନିବେଶକ ସମ୍ମିଳନୀରେ ସାମିଲ ହେବେ। ଇଣ୍ଡିଆନ କେମିକାଲ୍ସ ଆଣ୍ଡ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗଦେବା ସହ ମେକ୍‌ ଇନ୍‌ ଓଡ଼ିଶା ପାଇଁ ନିବେଶକଙ୍କ ସମ୍ମିଳନୀରେ ଯୋଗଦେବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ୧୯ ତାରିଖ ସା କିମ୍ବା ୨୦ ତାରିଖରେ ଭୁବନେଶ୍ୱର ଫେରିବା କାର୍ଯ୍ୟକ୍ରମ ରହିଛି। ଫେରିବା ନେଇ ଏ ପର୍ଯ୍ୟନ୍ତ କିଛି ଚୂଡ଼ାନ୍ତ ହୋଇ ନ ଥିବା ଜଣାପଡ଼ି ନାହିଁ। ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ମଧ୍ୟ ଗସ୍ତ କରିଛନ୍ତି। ତେବେ ସୂଚନା ମୁତାବକ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ବିମାନରେ ଯାଇନାହାନ୍ତି। ତାଙ୍କ ଗସ୍ତରେ ସରକାରୀ ଖର୍ଚ୍ଚ ବଞ୍ଚାଇବା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?