Posted inଜାତୀୟ

ହରିୟାଣା ସାମ୍ପ୍ରଦାୟିକ ହିଂସା :ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ

ନୂଆଦିଲ୍ଲୀ,୩ା୮ : ଦିଲ୍ଲୀ ସଂଲଗ୍ନ ହରିୟାଣାରେ ସାମ୍ପ୍ରଦାୟିକ ହିଂସାରେ ୬ ଜଣଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ସୁପ୍ରିମକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ସମ୍ବେଦନଶୀଳ ଅଞ୍ଚଳରେ ଅଧିକ ସୁରକ୍ଷା ବଳ ମୁତୟନ ଏବଂ ଘୃଣା ମନ୍ତବ୍ୟ ଉପରେ ଲଗାମ ଲଗାଇବାକୁ ଶୀର୍ଷ ଅଦାଲତ ନିର୍ଦ୍ଦେଶ ଦେଇଥିବାବେଳେ ବିଶ୍ୱହିନ୍ଦୁ ପରିଷଦ (ଭିଏଚ୍‌ପି) ଏବଂ ବଜରଙ୍ଗ ଦଳ ପକ୍ଷରୁ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ କରାଯାଉଥିବା ଶୋଭାଯାତ୍ରାକୁ ବନ୍ଦ କରିବାକୁ କୋର୍ଟ ମନା କରିଛନ୍ତି। ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଏବଂ ଏସ୍‌.ଭି. ଭଟ୍ଟିଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ଘୃଣା ମନ୍ତବ୍ୟ ବାତାବରଣକୁ ଅଧିକ ଖରାପ କରୁଛି। ତେଣୁ ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ସିସିଟିଭି କ୍ୟାମେରା ସଂଲଗ୍ନ କରାଯାଉ। ସିସିଟିଭି ଫୁଟେଜ୍‌ ଓ ଭିଡିଓ ରେକର୍ଡିଂକୁ ସୁରକ୍ଷିତ ରଖାଯିବ। କୌଣସି ସମ୍ପ୍ରଦାୟ ବିରୋଧରେ ଯେପରି ଘୃଣା ମନ୍ତବ୍ୟ ଦିଆ ନ ଯିବ ତାହା ପୋଲିସ ଅଧିକାରୀଙ୍କ ସମେତ ରାଜ୍ୟ ସରକାରମାନେ ସୁନିଶ୍ଚିତ କରିବେ। ସେହିପରି ହିଂସା ଓ ଧନଜୀବନ ହାନି ରୋକିବା ମଧ୍ୟ ସେମାନଙ୍କ କର୍ତ୍ତବ୍ୟ। ଯେଉଁଠି ଆବଶ୍ୟକ ପର୍ଯ୍ୟାପ୍ତ ପୋଲିସ ଅଧିକାରୀ କିମ୍ବା ଅର୍ଦ୍ଧସାମରିକ ବାହିନୀ ଯବାନଙ୍କୁ ମୁତୟନ କରାଯିବ। ଉତ୍ତର ପ୍ରଦେଶ, ହରିୟାଣା ଓ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଟି) ଦିଲ୍ଲୀ ସରକାରଙ୍କୁ ଏହି ନିର୍ଦ୍ଦେଶନାମା ସମ୍ପର୍କରେ ଅବଗତ କରାଇବା ପାଇଁ ରେଜେଷ୍ଟ୍ରିଙ୍କୁ କୁହାଯାଇଛି। ଆସନ୍ତା ଶୁକ୍ରବାର ଏହାର ପରବର୍ତ୍ତୀ ଶୁଣାଣି କରାଯିବ।

ମୋନୁଙ୍କ ସମ୍ପର୍କରେ ସୂଚନା ନାହିଁ: ଖଟ୍ଟାର

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟାର ବୁଧବାର କହିଛନ୍ତି, ମୋନୁ ମାନେସରଙ୍କ ସମ୍ପର୍କରେ ତାଙ୍କ ପାଖରେ କୌଣସି ସୂଚନା ନାହିଁ। ରାଜସ୍ଥାନ ସରକାର ତାଙ୍କୁ ଖୋଜିବାରେ ସହଯୋଗ ଲୋଡ଼ିଲେ ଆମେ ସାହାଯ୍ୟ କରିବାକୁ ପ୍ରସ୍ତୁତ। ସୋମବାର ଘଟିଥିବା ସାମ୍ପ୍ରଦାୟିକ ସଂଘର୍ଷର ମାଷ୍ଟରମାଇଣ୍ଡ କୁହାଯାଉଥିବା ମୋନୁ ମାନେସରଙ୍କୁ ରାଜସ୍ଥାନର ୨ ଜଣଙ୍କୁ ହତ୍ୟା କରିବା ଅଭିଯୋଗରେ ଯୋଧପୁର ପୋଲିସ ଗତ ଜାନୁୟାରୀରୁ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri