ହରିୟାଣାରେ କରୋନା ବିସ୍ଫୋରଣ, ୫ ଜିଲାରେ ମହାମାରୀ ଆଲର୍ଟ, ସିନେମାହଲରେ ତାଲା

ଚଣ୍ଡିଗଡ଼,୨ ।୧: ଦେଶରେ ପୁଣିଥରେ ବଢିବାରେ ଲାଗିଲାଣି କରୋନା ସଂକ୍ରମଣ । ଏହାକୁ ନେଇ ବିଭିନ୍ନ ରାଜ୍ୟ ସରକାର ନୂଆ ନୂଆ ଗାଇଡ ଲାଇନ୍ ଜାରି କଲେଣି । ହରିୟାଣାରେ ବେଳକୁ ବେଳ କରୋନା ବେକାବୁ ହେବାରୁ ଏଠାରେ ୫ ଜିଲାରେ ମିନି ଲକଡଉନ ଘୋଷଣା କରାଯାଇଛି । ଗୁରୁଗ୍ରାମ, ଫରିଦାବାଦ, ଅମ୍ବାଲା, ପଞ୍ଚକୁଲା ଓ ସୋନିପଥରେ ସିନେମାହଲ, ଥିଏଟର, ସ୍କୁଲ, କଲେଜ, ଜିମ ଆଦିକୁ ବନ୍ଦ କରି ଦିଆଯାଇଛି । ଏବେ ସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀରେ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜାନୁୟାରୀ ୧୨ ପର୍ଯ୍ୟନ୍ତ ଏହି ଗାଇଡ୍‌ଲାଇନ ଜାରି କରାଯାଇଛି । ସୂଚନାଯୋଗ୍ୟ, ଗୁରୁଗ୍ରାମ ଓ ଫରିଦାବାଦରେ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବାରୁ ଏବେ ଏହା ଚିନ୍ତାର କାରଣ ପାଲଟିଛି । ଆଗକୁ ଏହି ସଂକ୍ରମଣକୁ ରୋକିବାକୁ ସରକାର କରୋନା ଗାଇଲାଇନକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ହରିୟାଣାରେ ପ୍ରତିବନ୍ଧକ ଲାଗିବା ପରେ ରାଜଧାନୀ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ଦିଲ୍ଲୀରେ ବି ଗତ ୨୪ ଘଣ୍ଟାରେ ୨ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେବା ରେଡ ଆଲର୍ଟ ଆଡକୁ ଇଙ୍ଗିତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri