Posted inଜାତୀୟ

ହରିୟାଣା ନିର୍ବାଚନ: ଷ୍ଟାର ପ୍ରଚାରକଙ୍କ ତାଲିକାରେ ରହିଛି ପ୍ରଧାନମନ୍ତ୍ରୀ ମୋଦି, ବବିତା ଫୋଗାଟଙ୍କ ସମେତ ଏସବୁ ନେତାଙ୍କ ନାମ

ଚଣ୍ଡିଗଡ଼,୧୩।୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ନିର୍ବାଚନ ପ୍ରଚାର ପାଇଁ ୪୦ ୪୦ନେତାଙ୍କୁ ବାଛିଛି। ଏହି ୪୦ନେତାଙ୍କ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା, ରାଜନାଥ ସିଂ, ଅମିତ ଶାହା ଏବଂ ନିତିନ ଗଡକରୀଙ୍କ ନାମ ମଧ୍ୟ ରହିଛି। ସୂଚନାଯୋଗ୍ୟ, ଆସନ୍ତା ମାସରେ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ।

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଚାରରେ ଦେଖିବାକୁ ମିଳିବ। ଏଥିମଧ୍ୟରେ ହରିୟାଣା ମୁଖ୍ୟମନ୍ତ୍ରୀ ନୟାବ ସିଂ ସାଇନି, କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂ ଚୌହାନ, ପୀୟୁଷ ଗୋୟଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏବଂ ରେସଲରରୁ ରାଜନେତା ହୋଇଥିବା ବବିତା ଫୋଗାଟ ଅଛନ୍ତି।
ସୂଚନାଯୋଗ୍ୟ, ହରିୟାଣା ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ରର ଶେଷ ଦିନ ଗୁରୁବାର ଅର୍ଥାତ୍‌ ୧୨ ସେପ୍ଟେମ୍ବର ଥିଲା। ତେବେ ନାମାଙ୍କନପତ୍ର ଶେଷ ହେବାର ଗୋଟିଏ ଦିନ ପୂର୍ବରୁ ଭାଜପା ସମେତ ଅନେକ ଦଳ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଥିଲେ। ବୁଧବାର ଭାଜପା ତୃତୀୟ ପ୍ରାର୍ଥୀ ତାଲିକା ମଧ୍ୟ ପ୍ରକାଶ କରିଛି। ଏହି ତାଲିକାରେ ଦଳ ସିରସା ଠାରୁ ରୋହତାଶ ଜାଙ୍ଗଡା, ମହେନ୍ଦ୍ରଗଡରୁ କନୱର ସିଂ ଯାଦବ ଏବଂ ଫରିଦାବାଦ ଏନଆଇଟିରୁ ସତୀଶ ଫାଗନାଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?