Posted inଖେଳ

ହରିୟାଣା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ବିଜୟୀ

ରାଉରକେଲା ଅଫିସ,୧୧ା୫: ରାଉରକେଲା ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଚାଲିଥିବା ୧୩ତମ ଜାତୀୟ ସବ୍‌ ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ର ସପ୍ତମ ଦିନରେ ବୁଧବାର ହରିୟାଣା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ବିଜୟୀ ହୋଇଛି। ପ୍ରଥମ ମ୍ୟାଚରେ ହରିୟାଣା ୧୯-୦ ଗୋଲରେ ତାମିଲନାଡୁକୁ ପରାସ୍ତ କରିଥିଲା। ହରିୟାନା ଦଳ ପ୍ରଥମେ ଶଶି ଖାସା ଖେଳର ୩,୫, ୧୩,୫୮, ୬୦ ମିନିଟ୍‌ରେ ସର୍ବାଧିକ ୬ଟି ଗୋଲମାରି ଦଳକୁ ଆଗୁଆ ରଖିଥିଲେ। ସେହିପରି ଦଳର ଅଧିନାୟିକା ପୂଜା ୬, ୧୩ ମିନିଟ୍‌ରେ ୨ଟି ଓ ରବିନା ୧୧,୪୮,୫୯ ମିନିଟରେ ୩ଟି ଓ ସୀମା ୧୫,୨୧ ମିନିଟରେ ୨ଟି ଗୋଲ କରିଥିଲେ। ଦ୍ୱିତୀୟ ମ୍ୟାଚରେ ଝାରଖଣ୍ଡ ୧୮-୦ ଗୋଲରେ ବେଙ୍ଗଲକୁ ପରାସ୍ତ କରିଛି। ବେଙ୍ଗଲ ଦଳର ଫରଓ୍ବାର୍ଡ ଖେଳାଳୀ ସ୍ବିଟି ଡୁଙ୍ଗଡୁଙ୍ଗ ଦଳ ପକ୍ଷରୁ ସର୍ବାଧିକ ୭ଟି ଗୋଲ ମାରିଥିଲେ। ରଜନୀ କେରକେଟ୍ଟା ପାର୍ବତୀ ଟୋପ୍ନୋ ଓ ଶିବାନୀ କୁମାରୀ ଗୋଟିଏ ଲେଖାଏ ଗୋଲ ଦେଇଥିବା ବେଳେ ଜମୁନା କୁମାରୀ ୩ଟି ଓ ରଶ୍ମି ଆଇଣ୍ଡ ଓ ଅଙ୍କିତା ମିଞ୍ଜ ୨ଟି ଲେଖାଏ ଗୋଲ ଦେଇଥିଲେ। ତୃତୀୟ ମ୍ୟାଚ ଉତ୍ତର ପ୍ରଦେଶ ୩-୦ ଗୋଲରେ ଛତିଶଗଡ଼କୁ ପରାସ୍ତ କରିଛି। ଉତ୍ତର ପ୍ରଦେଶ ଦଳ ପକ୍ଷରୁ ପ୍ରଥମେ ଲକି କୁମାରୀ ୧୩ ମିନିଟରେ ଗୋଟିଏ ଗୋଲ ଓ ରଶ୍ମି ପଟେଲ ୨୩ ମିନିଟରେ ଗୋଟିଏ ଗୋଲ ଦେଇଥିଲେ। ୫୦ତମ ମିନିଟରେ ମଧୁ ଅନ୍ତିମ ଗୋଲ ସ୍କୋର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri