Posted inଜାତୀୟ

ଆଜି ହରିୟାଣା, କଶ୍ମୀର ନିର୍ବାଚନ ଫଳାଫଳ: ୮ଟାରୁ ଭୋଟ ଗଣତି

ନୂଆଦିଲ୍ଲୀ,୮ା୧୦: ହରିୟାଣା ଏବଂ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ଅନୁଷ୍ଠିତ ହୋଇ ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ ଗଣା ସରିବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ଭୋଟ ଗଣନା କରାଯିବ।

୨୦୧୯ରେ ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିବାରୁ ଏହା ଗୁରୁତ୍ୱପୂର୍ଣ୍ଣ। ୯୦ ଆସନ ବିଶିଷ୍ଟ ଜମ୍ମୁ-କଶ୍ମୀର ବିଧାନସଭା ପାଇଁ ୩ ପଯର୍ର୍‌ୟାୟ ସେପ୍ଟେମ୍ବର ୧୮, ୨୫ ଏବଂ ଅକ୍ଟୋବର ୧ରେ ମତଦାନ ହୋଇଥିଲା। ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଏବଂ କଂଗ୍ରେସ ସେଠାରେ ମେଣ୍ଟ କରି ନିର୍ବାଚନ ଲଢ଼ିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା, ଓମାର ଅବଦୁଲ୍ଲା, ମେହବୁବା ମୁଫ୍‌ତି ପ୍ରମୁଖ ହାଇପ୍ରୋଫାଇଲ ନେତା ନିର୍ବାଚନ ପ୍ରଚାରରେ ସକ୍ରିୟ ଭାବେ ସାମିଲ ହୋଇଥିଲେ। ମୋଟାମୋଟି ମତଦାନ ହାର ୬୩.୮୮ ପ୍ରତିଶତ ଥିଲା।

ଏକ୍‌ଜିଟ ପୋଲ୍‌ ସର୍ଭେ ଅନୁଯାୟୀ, ଜମ୍ମୁ-କଶ୍ମୀରରେ ଝୁଲା ବିଧାନସଭା ହୋଇପାରେ। କଂଗ୍ରେସ-ଏନ୍‌ସି ମେଣ୍ଟକୁ ସର୍ବାଧିକ ୪୩ ଆସନ ମିଳିବାକୁ ଥିବାବେଳେ ଭାଜପା ୨୭, ପିଡିପି ୭ ଏବଂ ଅନ୍ୟାନ୍ୟ ଦଳକୁ ୧୩ ଆସନ ମିଳିବ ବୋଲି ଏଥିରେ ପୂର୍ବାନୁମାନ କରାଯାଇଥିଲା।

୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ପାଇଁ ଅକ୍ଟୋବର ୫ରେ ମତଦାନ ହୋଇଥିଲା। ସେଠାରେ ୧୦ ବର୍ଷ ହେଲା ଭାଜପା କ୍ଷମତାରେ ଥିବାବେଳେ ପୁଣିଥରେ ସରକାର ଗଢ଼ିବା ପାଇଁ ଆଶାବାଦୀ ରହିଛି। ଅନ୍ୟପକ୍ଷରେ ସରକାର ବିରୋଧୀ ହାଓ୍ବା ଏବଂ ରାହୁଲଙ୍କ ଲୋକପ୍ରିୟତାକୁ ପୁଞ୍ଜିକରି କଂଗ୍ରେସ କ୍ଷମତାକୁ ଫେରିବାକୁ ଲକ୍ଷ୍ୟ ରଖିଛି। ଏକ୍‌ଜିଟ୍‌ ପୋଲ୍‌ ସର୍ଭେ ଅନୁଯାୟୀ କଂଗ୍ରେସ ସେଠାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଥିବାବେଳେ ଭାଜପା ଦ୍ୱିତୀୟ ସ୍ଥାନରେ ରହିବ। ଏହା ବୁଥ୍‌ଫେରନ୍ତା ଭୋଟରଙ୍କ ମତାମତକୁ ନେଇ ଆକଳନ କରାଯାଇଥିବା ବେଳେ ମଙ୍ଗଳବାର ଭୋଟଗଣତି ପରେ ବାସ୍ତବ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri