Posted inଜାତୀୟ

ଚାଇନାରେ ବ୍ୟାପିଥିବା ଅଜଣା ରୋଗକୁ ନେଇ ହରିୟାଣାରୁ ତାମିଲନାଡୁ ଯାଏଁ ଆଲର୍ଟ ଜାରି, କୋଭିଡ ପ୍ରୋଟକଲ ଲାଗୁ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯।୧୧: ଚାଇନାର ପିଲାଙ୍କୁ ବ୍ୟାପିଥିବା ଭାଇରାଲ ଜ୍ୱର ଓ ନିମୋନିଆ ଭାରତ ସରକାରଙ୍କର ମୁଣ୍ଡବିନ୍ଧା ବଢାଇଛି। ସରକାର କେତେକ ରାଜ୍ୟରେ ଆଲର୍ଟ ଜାରି କରିଛନ୍ତି। ଏନେଇ ରାଜ୍ୟ ସରକାର ସ୍ବାସ୍ଥ୍ୟ ବିଭାଗକୁ ଆଡଭାଇଜରି ଜାରି କରିଛନ୍ତି। ମହରାଷ୍ଟ୍ର ସରକାର ରାଜ୍ୟରେ କୋଭିଡ ପ୍ରୋଟକଲ ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ହରିୟାଣା, ରାଜସ୍ଥାନ, ଗୁଜରାଟଳ କର୍ନାଟକ, ଉତ୍ତରାଖଣ୍ଡ ଓ ତାମିଲନାଡୁର ସରକାର ରାଜ୍ୟରେ ସତର୍କତା ଜାରି କରିଛନ୍ତି। ସବୁ ହସ୍ପିଟାଲକୁ ପ୍ରସ୍ତୁତ ହୋଇ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶ୍ୱାସ ରୋଗରେ ପୀଡିତଙ୍କୁ ସଠିକ ଭାବେ ଯାଞ୍ଚ କରିବାକୁ ସବୁ ହସ୍ପିଟାଲକୁ ସ୍ବାସ୍ଥ୍ୟ ବିଭାଗ ତରଫର ନିର୍ଦ୍ଦେଶ ଦିଆଯାଇଛି। ସେହିପରି ମେଡିକାଲକୁ ଆସୁଥିବା ସବୁ ରୋଗୀଙ୍କ ସାମ୍ପୁଲ ନେଇ ଲ୍ୟାବକୁ ପଠାଇବାକୁ କୁହାଯାଇଛି।

କର୍ନାଟକ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଲୋକଙ୍କୁ ଭାଇରାଲ ଜ୍ୱରରୁ ବଞ୍ଚିବା ପାଇଁ ସର୍ତକ କରିବା ସହ ଖାସିବା ଏବଂ ଛିଙ୍କିବା ସମୟରେ ମୁହଁରେ ରୁମାଲ ଦେବାକୁ ପରାମର୍ଶ ଦେଇଛି। ଭିଡ ସ୍ଥାନରେ ମାସ୍କ ପିନ୍ଧିବା ସହ ଗହଳି ସ୍ଥାନକୁ ନ ଯିବାକୁ ପରାମର୍ଶ ଦେଇଛି। ସେହିପରି ରାଜସ୍ଥାନ ସ୍ବାସ୍ଥ୍ୟ ବିଭାଗ ଛୋଟ ପିଲାଙ୍କ ପାଇଁ ହସ୍ପିଟାଲ ସ୍ବତନ୍ତ୍ର ବ୍ୟବସ୍ଥା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri