Posted inଜାତୀୟ

କିଏ ହେବେ ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ, ଆଜି ହେବ ଘୋଷଣା, ସିଏମ ରେସ୍‌ରେ ଏହି ୩ ନାଁ

ଚଣ୍ଡିଗଡ,୧୬।୧୦: ତୃତୀୟ ଥର ପାଇଁ ହରିୟାଣାରେ ଭାଜପା ସରକାର ଗଠନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି କ୍ୟାବିନେଟର ଚେହେରା ଏ ପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ଏଭଳି ପରିସ୍ଥିତିରେ  ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଭାଜପା ବିଧାୟକ ଦଳର ଏକ ବୈଠକ ହେବ। ଯେଉଁଥିରେ ନେତାଙ୍କୁ ଚୟନ କରାଯିବ। ଏହି ବୈଠକ ପାଇଁ ଅମିତ ଶାହା ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ବୈଠକ ପୂର୍ବାହ୍ନ ୧୧ଟାରେ ପଞ୍ଚକୁଲାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ।

ବିଧାୟକ ଦଳର ବୈଠକ ପରେ ହିଁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ସ୍ଥିର ହେବ। ଭାଜପାର ବିଜୟ ପରେ ଅନିଲ ବିଜ୍‌ ଏବଂ ରାଓ ଇନ୍ଦ୍ରଜିତ ସିଂ, ନାୟବ ସିଂ ସାଇନିଙ୍କ ନାମ ସିଏମ ପଦ ପାଇଁ ଆଲୋଚନା ହେଉଛି। ମୁଖ୍ୟମନ୍ତ୍ରୀ ପଦ ପାଇଁ ତିନି ଦାବିଦାରୀ ହେତୁ ଅମିତ ଶାହା ନିଜେ ପର୍ଯ୍ୟବେକ୍ଷକ ଭୂମିକାରେ ଅଛନ୍ତି ଯେଭଳି ଏଥିରେ କୌଣସି ବିଶୃଙ୍ଖଳା ନ ହୁଏ। ତେବେ ନିର୍ବାଚନ ସମୟରେ ପଞ୍ଚକୁଲାରେ ଅମିତ ଶାହା କହି ସାରିଛନ୍ତି ଯେ ନୟବ ସିଂ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri