Posted inଜାତୀୟ

ଯୌନ ନିର୍ଯାତନା ଅଭିଯୋଗ ପରେ ଇସ୍ତଫା ଦେଲେ କ୍ରୀଡା ମନ୍ତ୍ରୀ

ଚଣ୍ଡିଗଡ,୧।୧: ହରିୟାଣାର ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତଥା ପୂର୍ବତନ ହକି ଖେଳାଳି ସନ୍ଦୀପ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆସିବା ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ମହିଳା ହକି ଦଳର କୋଚ ତାଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି।
ଚଣ୍ଡିଗଡ଼ର ସେକ୍ଟର-୨୬ ପୋଲିସ ଷ୍ଟେଶନରେ ଆଇପିସିର ଧାରା -୩୫୪, ୩୫୪ ଏ, ୩୫୪ବି, ୩୪୨, ୫୦୬ ଅନୁଯାୟୀ ସନ୍ଦୀପଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମନ୍ତ୍ରୀଙ୍କ ଅଭିଯୋଗ ଉପରେ ହରିୟାଣା ସରକାର ମଧ୍ୟ ଏସଆଇଟି ଗଠନ କରିଛନ୍ତି। ହରିୟାଣାରେ ଏସଆଇଟି ମାମଲାର ତଦନ୍ତ କରିବ।
ମହିଳା କୋଚ ଅଭିଯୋଗ କରି କହିଛନ୍ତି, ଇନଷ୍ଟାଗ୍ରାମ ମାଧ୍ୟମରେ କ୍ରୀଡ଼ା ମନ୍ତ୍ରୀ ସନ୍ଦୀପ ସିଂ ତାଙ୍କ ସହ ଯୋଗାଯୋଗ କରିଥିଲେ। ସେ ତାଙ୍କୁ କହିଥିଲେ ଯେ, ଯଦି ତୁମେ ମୋର କଥା ମାନିବ, ତୁମେ ସମସ୍ତ ସୁବିଧା ପାଇବ ଏବଂ ଇଚ୍ଛାକୃତ ସ୍ଥାନରେ ପୋଷ୍ଟିଂ ହେବ। ମନ୍ତ୍ରୀଙ୍କ କଥା ନ ଶୁଣିବାରୁ ତାଙ୍କୁ ବଦଳ କରାଯାଇଥିଲା ଏବଂ ତାଲିମ ବନ୍ଦ କରି ଦିଆଯାଇଥିଲା। ସେ ଡିଜିପି କାର୍ଯ୍ୟାଳୟ, ସିଏମ ହାଉସ ଏବଂ ଗୃହମନ୍ତ୍ରୀ ଅନିଲ ବିଜୟଙ୍କ ନିକଟକୁ ଯାଇ ଏହି ଘଟଣାରେ ଅଭିଯୋଗ କରିଥିଲେ।
ଅନ୍ୟପକ୍ଷରେ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ହରିୟାଣା କ୍ରୀଡ଼ା ମନ୍ତ୍ରୀ ସନ୍ଦୀପ ସିଂ କହିଛନ୍ତି, ଜୁନିୟର କୋଚ ମୋ ବିରୋଧରେ ଭିତ୍ତିହୀନ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ଏକ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ। ମୁଁ ଦୁଃଖିତ ଯେ ଖେଳାଳିଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରେ କିନ୍ତୁ ଏଭଳି ଅଭିଯୋଗ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri