Posted inଜାତୀୟ

କ୍ରୀଡ଼ା ମନ୍ତ୍ରୀଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ମହିଳା କୋଚ

ଚଣ୍ଡିଗଡ,୩୦।୧୨: ହରିୟାଣାର କ୍ରୀଡ଼ା ମନ୍ତ୍ରୀ ତଥା ପୂର୍ବତନ ହକି ଖେଳାଳି ସନ୍ଦୀପ ସିଂ ବିବାଦକୁ ଆସିଛନ୍ତି। ତାଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି ମହିଳା କୋଚ। କ୍ରୀଡ଼ା ମନ୍ତ୍ରୀ ତାଙ୍କୁ ତାଙ୍କ ବାସଭବନକୁ ଡାକି ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି।
ମହିଳା କୋଚ ଅଭିଯୋଗ କରି କହିଛନ୍ତି, ଇନଷ୍ଟାଗ୍ରାମ ମାଧ୍ୟମରେ କ୍ରୀଡ଼ା ମନ୍ତ୍ରୀ ସନ୍ଦୀପ ସିଂ ତାଙ୍କ ସହ ଯୋଗାଯୋଗ କରିଥିଲେ। ସେ ତାଙ୍କୁ କହିଥିଲେ ଯେ, ଯଦି ତୁମେ ମୋର କଥା ମାନିବ, ତୁମେ ସମସ୍ତ ସୁବିଧା ପାଇବ ଏବଂ ଇଚ୍ଛାକୃତ ସ୍ଥାନରେ ପୋଷ୍ଟିଂ ହେବ। ମନ୍ତ୍ରୀଙ୍କ କଥା ନ ଶୁଣିବାରୁ ତାଙ୍କୁ ବଦଳ କରାଯାଇଥିଲା ଏବଂ ତାଲିମ ବନ୍ଦ କରି ଦିଆଯାଇଥିଲା। ସେ ଡିଜିପି କାର୍ଯ୍ୟାଳୟ, ସିଏମ ହାଉସ ଏବଂ ଗୃହମନ୍ତ୍ରୀ ଅନିଲ ବିଜୟଙ୍କ ନିକଟକୁ ଯାଇ ଏହି ଘଟଣାରେ ଅଭିଯୋଗ କରିଥିଲେ। କିନ୍ତୁ ତାଙ୍କ କଥା କେହି ଶୁଣି ନ ଥିଲେ। ସେ ଡିସେମ୍ବର ୨୯ରେ ଆଇଏନଏଲଡି ନେତା ଅଭୟ ଚୈତନ୍ୟଙ୍କୁ ଭେଟିଥିଲେ। ଅଭୟ ତାଙ୍କୁ ସାହସ ଦେଇଛନ୍ତି ଏବଂ ଗଣମାଧ୍ୟମ ସାମ୍ନାକୁ ଆସିବାକୁ କହିଛନ୍ତି। ମୁଁ କୌଣସି ସ୍ଥାନରୁ ସାହାଯ୍ୟ ପାଇ ନାହିଁ, ତେଣୁ ମୁଁ ବର୍ତ୍ତମାନ ଗଣମାଧ୍ୟମ ସାମ୍ନାକୁ ଆସିଛି।
ଅନ୍ୟପକ୍ଷରେ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ହରିୟାଣା କ୍ରୀଡ଼ା ମନ୍ତ୍ରୀ ସନ୍ଦୀପ ସିଂ କହିଛନ୍ତି, ଜୁନିୟର କୋଚ ମୋ ବିରୋଧରେ ଭିତ୍ତିହୀନ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ଏକ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ। ମୁଁ ଦୁଃଖିତ ଯେ ଖେଳାଳିଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରେ କିନ୍ତୁ ଏଭଳି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri