Posted inଜାତୀୟ

କ୍ରୀଡ଼ା ମନ୍ତ୍ରୀଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ମହିଳା କୋଚ

ଚଣ୍ଡିଗଡ,୩୦।୧୨: ହରିୟାଣାର କ୍ରୀଡ଼ା ମନ୍ତ୍ରୀ ତଥା ପୂର୍ବତନ ହକି ଖେଳାଳି ସନ୍ଦୀପ ସିଂ ବିବାଦକୁ ଆସିଛନ୍ତି। ତାଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି ମହିଳା କୋଚ। କ୍ରୀଡ଼ା ମନ୍ତ୍ରୀ ତାଙ୍କୁ ତାଙ୍କ ବାସଭବନକୁ ଡାକି ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି।
ମହିଳା କୋଚ ଅଭିଯୋଗ କରି କହିଛନ୍ତି, ଇନଷ୍ଟାଗ୍ରାମ ମାଧ୍ୟମରେ କ୍ରୀଡ଼ା ମନ୍ତ୍ରୀ ସନ୍ଦୀପ ସିଂ ତାଙ୍କ ସହ ଯୋଗାଯୋଗ କରିଥିଲେ। ସେ ତାଙ୍କୁ କହିଥିଲେ ଯେ, ଯଦି ତୁମେ ମୋର କଥା ମାନିବ, ତୁମେ ସମସ୍ତ ସୁବିଧା ପାଇବ ଏବଂ ଇଚ୍ଛାକୃତ ସ୍ଥାନରେ ପୋଷ୍ଟିଂ ହେବ। ମନ୍ତ୍ରୀଙ୍କ କଥା ନ ଶୁଣିବାରୁ ତାଙ୍କୁ ବଦଳ କରାଯାଇଥିଲା ଏବଂ ତାଲିମ ବନ୍ଦ କରି ଦିଆଯାଇଥିଲା। ସେ ଡିଜିପି କାର୍ଯ୍ୟାଳୟ, ସିଏମ ହାଉସ ଏବଂ ଗୃହମନ୍ତ୍ରୀ ଅନିଲ ବିଜୟଙ୍କ ନିକଟକୁ ଯାଇ ଏହି ଘଟଣାରେ ଅଭିଯୋଗ କରିଥିଲେ। କିନ୍ତୁ ତାଙ୍କ କଥା କେହି ଶୁଣି ନ ଥିଲେ। ସେ ଡିସେମ୍ବର ୨୯ରେ ଆଇଏନଏଲଡି ନେତା ଅଭୟ ଚୈତନ୍ୟଙ୍କୁ ଭେଟିଥିଲେ। ଅଭୟ ତାଙ୍କୁ ସାହସ ଦେଇଛନ୍ତି ଏବଂ ଗଣମାଧ୍ୟମ ସାମ୍ନାକୁ ଆସିବାକୁ କହିଛନ୍ତି। ମୁଁ କୌଣସି ସ୍ଥାନରୁ ସାହାଯ୍ୟ ପାଇ ନାହିଁ, ତେଣୁ ମୁଁ ବର୍ତ୍ତମାନ ଗଣମାଧ୍ୟମ ସାମ୍ନାକୁ ଆସିଛି।
ଅନ୍ୟପକ୍ଷରେ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ହରିୟାଣା କ୍ରୀଡ଼ା ମନ୍ତ୍ରୀ ସନ୍ଦୀପ ସିଂ କହିଛନ୍ତି, ଜୁନିୟର କୋଚ ମୋ ବିରୋଧରେ ଭିତ୍ତିହୀନ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ଏକ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ। ମୁଁ ଦୁଃଖିତ ଯେ ଖେଳାଳିଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରେ କିନ୍ତୁ ଏଭଳି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri