କାର୍ଯ୍ୟକ୍ଷମ ହୋଇପାରୁନି କୃଷକ ବଜାର

ପୁରୀ ଅଫିସ,୬।୧୧: ପୁରୀ ସହରରେ ଥିବା ବ୍ୟବସାୟ ପ୍ରତିଷ୍ଠାନ ତଥା ଗୋଦାମକୁ ସାମଗ୍ରୀ ଆଣି ଆସୁଥିବା ଗାଡ଼ି ପାଇଁ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ନାନା ହଇରାଣ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶ୍ରୀକ୍ଷେତ୍ର କୃଷକ ବଜାରର ପରିକଳ୍ପନା କରାଯାଇଥିଲା। ଗୋଟିଏ ଜାଗାରେ ଗୋଦାମ ବ୍ୟବସାୟୀମାନେ ଏକାଠି ହୋଇ ବସିବେ। ସହର ଭିତରେ ଅଯଥା ଗହଳି ହେବନି। ବାହାରୁ ଆସୁଥିବା ତୀର୍ଥଯାତ୍ରୀ ଏବଂ ପର୍ଯ୍ୟଟକମାନେ ଟ୍ରାଫିକ ସମସ୍ୟାକୁ ନେଇ ଅତିଷ୍ଠ ହେବେ ନାହିଁ। ହେଲେ ଇତିମଧ୍ୟରେ ୩ ବର୍ଷ ପୂରିିଲାଣି, କିନ୍ତୁ ଏ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ର କୃଷକ ବଜାର କାର୍ଯ୍ୟକ୍ଷମ ହୋଇପାରି ନାହିଁ।
ମଙ୍ଗଳାଘାଟ ନିକଟ ସମଙ୍ଗଠାରେ ୨୦୧୭ ନଭେମ୍ବର ୪ରେ କୃଷକ ବଜାର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ତତ୍କାଳୀନ ମନ୍ତ୍ରୀ ମହେଶ୍ୱର ମହାନ୍ତି ଏହାର ଶୁଭ ଦେଇଥିଲେ। ପ୍ରାଥମିକ ପର୍ଯ୍ୟାୟରେ ୪କୋଟି ଟଙ୍କା ବ୍ୟୟରେ ୨୧ଟି ଗୋଦାମ ଗୃହ ନିର୍ମାଣ ଲାଗି ଲକ୍ଷ୍ୟ ରଖାଯାଇଥିଲା। ପରବର୍ତ୍ତୀ ସମୟରେ ଅଧିକ ଗୋଦାମ ଗୃହ ତିଆରି କରାଯିବାକୁ ସ୍ଥିର ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମଞ୍ଜୁରୀ ପାଇଥିବା ଗୋଦାମ ଗୃହଗୁଡ଼ିକର କାମ ୬/୭ ମାସ ହେବ ଶେଷ ହୋଇଛି। ବିଦ୍ୟୁତ୍‌, ପାଣି ସୁବିଧା ବି କରାଯାଇଛି। କିନ୍ତୁ ଏହା କାର୍ଯ୍ୟକ୍ଷମ ହୋଇନାହିଁ। ଭିତ୍ତିପ୍ରସ୍ତର ଉତ୍ସବରେ ଯୋଗଦେଇଥିବା ଅତିଥିମାନେ ସେତେବେଳେ କହିଥିଲେ, ଏହା ପୁରୀ ବ୍ୟବସାୟର ପେଣ୍ଠସ୍ଥଳ ହେବ। ଏହା ପୂର୍ଣ୍ଣାଙ୍ଗ ହେଲେ ଛୋଟ ବ୍ୟବସାୟୀ ବି ଉପକୃତ ହେବେ। ବିଭିନ୍ନ ସାମଗ୍ରୀ ଆଣି ଆସୁଥିବା ବଡ଼ ଗାଡ଼ିଗୁଡ଼ିକୁ ଆଉ ସହର ଭିତରେ ପଶିବାକୁ ପଡ଼ିବନି କି ଏଥିପାଇଁ ଟ୍ରାଫିକ ସମସ୍ୟା ସୃଷ୍ଟି ହେବନି। ହେଲେ ଏହାର ବାସ୍ତବତା ଏବେ ଘୁଞ୍ଚତ୍ ଘୁଞ୍ଚତ୍ ଯାଉଛି।
ଏ ସମ୍ପର୍କରେ ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ଯାହା ଅନୁଦାନ ଆସିଥିଲା ସେଥିରେ ୨୧ଟି ଗୋଦାମ ଗୃହ ନିର୍ମାଣ ସରିଛି। ଏଥିପାଇଁ ଆନୁଷଙ୍ଗିକ ସମସ୍ତ କାର୍ଯ୍ୟ ମଧ୍ୟ ଶେଷ ହୋଇଛି। କିନ୍ତୁ ଏହାର ପାଚେରି ଓ ବେସ୍‌ମେଣ୍ଟ ନିର୍ମାଣ ହୋଇ ନ ଥିବାରୁ କୃଷକ ବଜାର କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଖୁବ୍‌ଶୀଘ୍ର ପାଚେରି ଓ ବେସ୍‌ବେଣ୍ଟ ତିଆରି କରାଯାଇ ଏହାକୁ କାର୍ଯ୍ୟକ୍ଷମ କରାଯିବ। ଦ୍ୱିତୀୟ ପର୍ଯ୍ୟାୟ ଅନୁଦାନ ଆସିଲେ ଆହୁରି ୧୭ଟି ଗୋଦାମ ଘର ତିଆରି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri