‘ଜଓ୍ବାଦ’ କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳୁନି ସହାୟତା

dhana gacha - paddy field submerged in water

ବେଗୁନିଆ,୨୩ା୫(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼ ‘ଜଓ୍ବାଦ’ରେ ପ୍ରଭାବିତ ହୋଇଥିଲେ ଚାଷୀକୁଳ। ଧାନ ଓ ପରିବା ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳର ଚାଷୀଙ୍କ ଫସଲ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ସହାୟତା ଯୋଗାଇଦେବାକୁ ପ୍ୟାକେଜ୍‌ ଘୋଷଣା କରିଥିଲେ। ତେବେ ବାତ୍ୟାକୁ ୫ମାସ ବିତିଯାଇଥିଲେ ମଧ୍ୟ ଚାଷୀଙ୍କୁ କ୍ଷତିପୂରଣ ମିଳିପାରି ନାହିଁ। ଅନ୍ୟପକ୍ଷରେ ଚାଷୀଙ୍କ ପାଇଁ ଆସିଥିବା ଡାଲି ଜାତୀୟ ବିହନ କିଟ୍‌ ବଣ୍ଟନ ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନାଥାଉ କି, ୨୦୨୧-୨୨ ଖରିଫ ଋତୁ ଆରମ୍ଭରୁ ବେଗୁନିଆ ବ୍ଲକ ଅଞ୍ଚଳର ଚାଷୀ ୧୩ହଜାର ହେକ୍ଟର ଜମିରେ ଧାନ ଫସଲ ଓ ୨ହଜାର ହେକ୍ଟରରେ ପରିବା ଫସଲ କରିଥିଲେ। ଚାଷ କାର୍ଯ୍ୟ ଆରମ୍ଭରୁ ସ୍ବଳ୍ପ ବୃଷ୍ଟି ଯୋଗୁ ସମସ୍ୟା ଦେଖାଦେଇଥିଲା। ପରେ ବର୍ଷା ସ୍ବାଭାବିକ ହେବା ଯୋଗୁ କୃଷିି କାର୍ଯ୍ୟ ଆଗେଇଥିଲା। ତେବେ ଧାନ ଫସଲ ଅମଳ ସମୟରେ ତଥା ଡିସେମ୍ବର ୪ରେ ‘ଜଓ୍ବାଦ’ ଯୋଗୁ ନଷ୍ଟ ହୋଇଯାଇଥିଲା।
କ୍ଷତିଗ୍ରସ୍ତ ଚାଷୀଙ୍କ ତାଲିକା ପ୍ରସ୍ତୁତ କରାଯାଇ ସହାୟତା ଯୋଗାଇଦେବାକୁ ରାଜ୍ୟ ସରକାର ଘୋଷଣା କରିଥିଲେ। ୩୩% ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଅଣ ଜଳସେଚିତ ଉପରେ ନିର୍ଭର କରୁଥିବା ଜମି ପାଇଁ ହେକ୍ଟର ପିିଛା ୬୮୦୦ ଟଙ୍କା ଓ ଜଳସେଚିିିତ ଜମି ପାଇଁ ହେକ୍ଟର ପିଛା ୧୩,୫୦୦ ଟଙ୍କା ସହାୟତା ଦିଆଯିବ। ଫଳ ଚାଷୀଙ୍କୁ ହେକ୍ଟର ପିଛା ୧୮ ହଜାର ଟଙ୍କା ସହାୟତା ମିଳିିବ। ଏଥିସହ ଚାଷୀଙ୍କୁ ଡାଲି ଜାତୀୟ ବିହନ କିଟ୍‌ ଯୋଗାଇ ଦିଆଯିବ। ସେହିପରି ଆବଶ୍ୟକ କୃଷି ଯନ୍ତ୍ରପାତି ରିହାତି ଦରରେ ଯୋଗାଇ ଦିଆଯିବ। ରାଜସ୍ବ ଓ କୃଷି ବିଭାଗର ମିଳିତ ଏକ ଅନୁଧ୍ୟାନ ଦଳ କ୍ଷେତ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଥିଲେ। ଏହି ବ୍ଲକର ୨୧ଟିି ପଞ୍ଚାୟତର ୧୬୨ଟି ରାଜସ୍ବ ଗ୍ରାମର ମୋଟ୍‌ ୮୫୦୦ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଛି ବୋଲି କ୍ଷତିିଗ୍ରସ୍ତ ଚାଷୀଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା। ଇନପୁଟ ସବ୍‌ସିଡି ଭାବେ ଚାଷୀଙ୍କୁ ସର୍ବନିମ୍ନ ୨ହଜାର ଟଙ୍କା ଓ ଅନ୍ୟାନ୍ୟ ଫସଲ ପାଇଁ ୧ ହଜାର ଟଙ୍କା ଦିିଆଯିବ ବୋଲି କୃଷି ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ସହାୟତା ପ୍ରଦାନରେ ବିିଭାଗ ପକ୍ଷରୁ ଅବହେଳା କରାଯାଇଥିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଅନ୍ୟପକ୍ଷରେ ପୁଣି ଏବେ ଖରିିଫ ଋତୁ ଆରମ୍ଭ ହେଲାଣି। ସହାୟତା ମିଳିଲେ ଚାଷ କାର୍ଯ୍ୟରେ ଲଗାଇବେ ବୋଲିି ଆଶା ବାନ୍ଧି ବସିଛି ଚାଷୀ। ତେବେ ଚାଷୀଙ୍କୁ କେବେ ସହାୟତା ମିଳିବ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ତହସିଲଦାର ପୃଥ୍ବୀରାଜ ମଣ୍ଡଳ କୁୁହନ୍ତି, ସହାୟତା ବଣ୍ଟନ ପାଇଁ ବିଧିବଦ୍ଧ ଭାବେ ପ୍ରକ୍ରିୟା ଜାରି ରହିଛି। ଖୁବ୍‌ଶୀଘ୍ର ଚାଷୀଙ୍କ ଆକାଉଣ୍ଟରେ ରାଶି ଜମା କରାଯିିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri