Posted inଜାତୀୟ

କେନ୍ଦ୍ର ପିଏମ୍‌ଏଓ୍ବାଇ ଅନିୟମିତତାର ତଦନ୍ତ କରାଇଛି କି

ନୂଆଦିଲ୍ଲୀ,୧୫ା୩: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ କୌଣସି ଅନିୟମିତତା ହୋଇଥିବା ନେଇ କେନ୍ଦ୍ର ସରକାର ଅବଗତ କି। ଏହା ଉପରେ କେନ୍ଦ୍ର କୌଣସି ପ୍ରକାର ତଦନ୍ତ କରାଇଛି କି ବୋଲି ମଙ୍ଗଳବାର ବିଜେଡି ପକ୍ଷରୁ ଲୋକ ସଭାରେ ପ୍ରଶ୍ନ କରାଯାଇଛି। କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଗ୍ରାମାଞ୍ଚଳ ବିକାଶ ମନ୍ତ୍ରଣାଳୟକୁ ଏହି ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ କେନ୍ଦ୍ର ଗ୍ରାମାଞ୍ଚଳ ବିକାଶ ରାଷ୍ଟ୍ରମନ୍ତ୍ରୀ ସାଧ୍ୱୀ ନିରଞ୍ଜନ ଜ୍ୟୋତି କହିଥିଲେ, ୨୦୨୦ ଫେବୃୟାରୀରେ ଓଡ଼ିଶାରେ ପିଏମ୍‌ଏଓ୍ବାଇରେ ଦୁର୍ନୀତି ହୋଇଥିବା ସମ୍ପର୍କରେ ୯ ଏମ୍‌ପିଙ୍କ ଏକ ପ୍ରତିନିଧି ଦଳ ଭେଟି ଅନିୟମିତତା ଅଭିଯୋଗ ଆଣିଥିଲେ। ଏହାର ତଦନ୍ତ ପାଇଁ ଏକ କେନ୍ଦ୍ରୀୟ ଟିମ୍‌ ଗଠନ କରାଯାଇଥିଲା। ଉକ୍ତ ଟିମ୍‌ ୨୦୨୧ ଫେବୃୟାରୀ ଓଡ଼ିଶା ଯାଇ ୨୦୨୨ ମାର୍ଚ୍ଚରେ ରିପୋର୍ଟ ପ୍ରଦାନ କରିଥିଲା। ନିର୍ମିତ ଆବାସଗୁଡ଼ିକରେ ଏପିଏମ୍‌ଏଓ୍ବାଇ-ଜି ଲୋଗୋ ନ ଥିବା, ଦୁର୍ବଳ ନିର୍ମାଣ, ଅସମ୍ପୂର୍ଣ୍ଣ ଆବାସଗୁଡ଼ିକୁ ଏମ୍‌ଆଇଏସ୍‌ରେ ସମ୍ପୂର୍ଣ୍ଣ ହୋଇଥିବା ଦର୍ଶାଯାଇଥିଲା। ସେହିପରି ଅଯୋଗ୍ୟ ହିତାଧିକାରୀମାନଙ୍କୁ ଆବାସ ଆବଣ୍ଟନ ଭଳି ଅନିୟମିତତା ହୋଇଥିବା ଉକ୍ତ ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା। କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ସମ୍ପୃକ୍ତ ଅଧିକାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ଏସମ୍ପର୍କିତ ରିପୋର୍ଟ ଦାଖଲ କରିବାକୁ କହିଥିଲେ। ରାଜ୍ୟ ସରକାର ଦାଖଲ କରିଥିବା ରିପୋର୍ଟକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବା ପରେ ମନ୍ତ୍ରଣାଳୟ ଅଭିଯୋଗ ଆଣିଥିବା ଏମ୍‌ପିମାନଙ୍କୁ ୨୦୨୨ ଅକ୍ଟୋବରରେ ଚୂଡ଼ାନ୍ତ ଉତ୍ତର ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri