Posted inଖେଳ

କ୍ଷମା ମାଗିଲେ ହାସନ ଅଲି

କରାଚୀ,୧୪।୧୧: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପାକିସ୍ତାନ ପେସର ହାସନ ଅଲି ମ୍ୟାଚ୍‌ର ଗୁରୁତ୍ୱପୂର୍ଣ୍ଣ ସମୟରେ ଛାଡ଼ିଥିଲେ ମାଥ୍ୟୁ ଓ୍ବେଡ୍‌ଙ୍କ କ୍ୟାଚ୍‌। ଏହା ତାଙ୍କ ଦଳକୁ ଖୁବ୍‌ ମହଙ୍ଗା ପଡ଼ିଥିଲା। ଏଥିଲାଗି ସେ କ୍ଷମାପ୍ରାର୍ଥନା କରିଛନ୍ତି।

ମ୍ୟାଚ୍‌ର ୧୯ତମ ଓଭରରେ ଶାହୀନ ଶାହ ଆଫ୍ରିଦୀଙ୍କ ବଲରେ ମିଡ୍‌ ଉଇକେଟ ଅଞ୍ଚଳରେ ଅଲି ଛାଡ଼ିଥିଲେ ଓ୍ବେଡ୍‌ଙ୍କ କ୍ୟାଚ୍‌। ସେହି ଓଭରରେ ଅଷ୍ଟ୍ରେଲିଆ ଉଇକେଟକିପର ବ୍ୟାଟର ଲଗାତାର ୩ ଛକା ଲଗାଇ ପାକିସ୍ତାନ ହାତରୁ ମ୍ୟାଚ୍‌ ଛଡ଼ାଇ ନେଇଥିଲେ।

ମୁଁ ଜାଣିଛି ମୋ ପ୍ରଦର୍ଶନ ପାଇଁ ସମସ୍ତେ ଦୁଃଖିତ। ଆଶା ଅନୁଯାୟୀ ମୁଁ ପ୍ରଦର୍ଶନ କରିପାରି ନାହିଁ। ଏଥିଯୋଗୁ ମୋ ଠାରୁ କେହି ଅଧିକ ଦୁଃଖିତ ନୁହେଁ। ମୋ ଉପରେ ଭରସା ରଖନ୍ତୁ। ଅନ୍ତର୍ଜାତୀୟ ସ୍ତରରେ ମୁଁ ପାକିସ୍ତାନ କ୍ରିକେଟର ସେବା କରିବାକୁ ଚାହେଁ। ମୋ କ୍ୟାରିୟରରେ ଆସିଥିବା ଏହି ଖରାପ ସମୟ ମୋତେ ଆହୁରି ଶକ୍ତିଶାଳୀ କରିବ। ମୋ ସମର୍ଥନରେ ମେସେଜ, କଲ, ଟୁଇଟ୍‌ କରିବା ପାଇଁ ଧନ୍ୟବାଦ୍‌ ବୋଲି ଅଲି ଟୁଇଟ୍‌ କରିଛନ୍ତି।

୨୦୧୭ ଚାମ୍ପିୟନ୍ସ ଟ୍ରଫି ଫାଇନାଲର ହିରୋ ଅଲି ସେମିଫାଇନାଲରେ କ୍ୟାଚ୍‌ ଛାଡ଼ିବା ପରେ ଦେଶ ପାଇଁ ଭିଲିଆନ ପାଲଟିଯାଇଥିଲା। ଏଥି ନେଇ ତାଙ୍କୁ ସୋସିଆଲ ମିଡିଆରେ ପ୍ରବଳ ଟ୍ରୋଲିଂର ସମ୍ମୁଖୀନ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri