କେକେଆର୍‌କୁ ୧୨୮ରେ ରୋକିଦେଲେ

ମୁମ୍ବାଇ,୩୦।୩: ଚଳିତ ଆଇପିଏଲରେ ବୁଧବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବିପକ୍ଷରେ ଖେଳାଯାଉଥିବା ମ୍ୟାଚ୍‌ରେ ପୂରା ଫେଲ୍‌ ମାରିଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ବ୍ୟାଟିଂ ଲାଇନ୍‌ ଅପ୍‌। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା କୋଲକାତା ୧୨୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଦଳ ପାଇଁ ଘାତକ ସାଜିଥିଲେ ଓ୍ବାନିନ୍ଦୁ ହାସରଙ୍ଗା(୪ ଉଇକେଟ)। ତାଙ୍କ ବ୍ୟତୀତ ଆକାଶ ଦୀପ ୩ ଏବଂ ହର୍ଶ ପଟେଲ ଦୁଇ ଉଇକେଟ ହାତେଇ କୋଲକାତାକୁ ଅଲଆଉଟ୍‌ କରି ଦେଇଥିଲେ। ମ୍ୟାଚ୍‌ରେ ଲଗାତାର ଦୁଇ ଓଭର ମେଡେନ ପକାଇଥିଲେ ହର୍ଶଲ। ଆଇପିଏଲ ଇତିହାସରେ ସେ ଦ୍ୱିତୀୟ ବୋଲର ଏଭଳି ସଫଳତା ହାସଲ କରିଛନ୍ତି।

କୋଲକାତା ପାଇଁ କୌଣସି ବ୍ୟାଟର ବେଶୀ ସମୟ ପାଇଁ କ୍ରିଜରେ ତିଷ୍ଟି ପାରି ନ ଥିଲେ। ଦଳର ୬ ବ୍ୟାଟର ଦୁଇ ଅଙ୍କ ସ୍କୋର ଛୁଇଁବା ସହ ଗୋଟିଏରୁ ଦୁଇଟି ବାଉଣ୍ଡ୍ରି ଲଗାଇଥିଲେ। କିନ୍ତୁ ମିଳିଥିବା ଷ୍ଟାର୍ଟକୁ କେହି ବଡ଼ ଇନିଂସରେ ପରିବର୍ତ୍ତନ କରିପାରି ନ ଥିଲେ। ଶେଷ ଆଡ଼କୁ ଉମେଶ ଯାଦବ (୧୮) ଏବଂ ବରୁଣ ଚକ୍ରବର୍ତ୍ତୀ ୧୦ମ ଉଇକେଟ ପାଇଁ ୨୭ ରନ୍‌ ଯୋଡ଼ିବାରୁ ୧୨୮ ରନ୍‌ରେ ପହଞ୍ଚି ପାରିଥିଲା କୋଲକାତା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri