ହସିନା ପଞ୍ଚମ ଥର ପାଇଁ ପୁଣି ପ୍ରଧାନମନ୍ତ୍ରୀ…

ଢାକା,୮।୧ : ବାଂଲାଦେଶରେ ହିଂସାତ୍ମକ ଘଟଣା ତଥା ମୁଖ୍ୟ ବିରୋଧୀ ଦଳ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି (ବିଏନପି) ଦ୍ୱାରା ନିର୍ବାଚନ ବହିଷ୍କାର ମଧ୍ୟରେ ନିର୍ବାଚନ ଆୟୋଗ ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଆୱାମୀ ଲିଗକୁ ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ କ୍ଷମତାକୁ ଫେରିବା ନିଶ୍ଚିତ କରିଛନ୍ତି। ଏହା ସହ ଶେଖ ହସିନା ପଞ୍ଚମ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ବୋଲି ନିଶ୍ଚିତ ହୋଇଛି।

ସାଧାରଣ ନିର୍ବାଚନ ପାଇଁ ପ୍ରାୟ ୪୦ ପ୍ରତିଶତ ମତଦାନ ହୋଇଥିଲା। ଲଗାତାର ପଞ୍ଚମ ଥର ପାଇଁ ଶେଖ ହସିନା ପ୍ରଧାନମନ୍ତ୍ରୀ ପଦବୀରେ ରହିବେ। ଗୋପାଳଗଞ୍ଜ -୩ ନିର୍ବାଚନମଣ୍ଡଳୀରୁ ଅଷ୍ଟମ ଥର ପାଇଁ ଆୱାମୀ ଲିଗ ମୁଖ୍ୟ ଶେଖ ହସିନା ସଂସଦକୁ ନିର୍ବାଚିତ ହୋଇଛନ୍ତି।

୭୬ ବର୍ଷୀୟ ହାସିନା ୨୪୯,୯୬୫ ଭୋଟ ପାଇଥିବାବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବାଂଲାଦେଶ ସୁପ୍ରିମ ପାର୍ଟିର ମି ନିଜାମୁଦ୍ଦିନ ଲଶ୍କର ମାତ୍ର ୪୬୯ ଭୋଟ ପାଇଛନ୍ତି। ହସିନା ପୂର୍ବରୁ ୧୯୯୬ ରୁ ୨୦୦୧ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଏହା ପରେ ସେ ୨୦୦୯ ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶର ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି।

ସେ ଶ୍ରୀଲଙ୍କାର ଭଣ୍ଡାରାଣାଇକେ ଏବଂ ଭାରତର ଇନ୍ଦିରା ଗାନ୍ଧୀଙ୍କ ପରି ମହିଳା ନେତାଙ୍କଠାରୁ ବହୁତ ଆଗରେ ଅଛନ୍ତି। ହସିନାଙ୍କ ଭଳି ସିରିମାଭୋ ଭଣ୍ଡାରାଣାଇକେ ୧୭ ବର୍ଷ ୨୦୮ ଦିନ, ଇନ୍ଦିରା ଗାନ୍ଧୀ ୧୬ ବର୍ଷ ୧୫ ଦିନ ଏବଂ ମାର୍ଗାରେଟ ଥାଚର ୧୧ ବର୍ଷ ୨୦୮ ଦିନ ପାଇଁ ପ୍ରଧାନମନ୍ତ୍ରୀ ରହଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri